ଭୁବନେଶ୍ୱର: ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ଆହୁରି ୨ ଦିନ ପ୍ରବଳ ବର୍ଷିବାର ସମ୍ଭାବନା ରହିଛି । ଉତ୍ତର ଓ ଦକ୍ଷିଣ ଓଡିଶାର ଅନେକ ସ୍ଥାନରେ ପ୍ରବଳ ବର୍ଷା । ଦକ୍ଷିଣ ଓଡିଶା ଓ ଉତ୍ତର ଉପକୂଳ ଆନ୍ଧ୍ରପ୍ରଦେଶ ଉପରେ ସକ୍ରିୟ ରହିଛି ଘୁର୍ଣ୍ଣିବଳୟ । ଆଜି ସାରା ଓଡିଶାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷାକୁ ନେଇ ସମସ୍ତ ଜିଲ୍ଲାରେ ୟେଲ୍ଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା , ନୟାଗଡ, ଗଞ୍ଜାମ, ଗଜପତି, ସୁନ୍ଦରଗଡ, ଝାରସୁଗୁଡା, ବରଗଡ, ସମ୍ବଲପୁର, ଦେବଗଡ , ଅନୁଗୁଳ, ଢେଙ୍କାନାଳ , କେଉଁଝର , ମୟୁରଭଞ୍ଜ , ସୋନପୁର, ବୌଦ୍ଧ, ନୂଆପଡା, ବଲାଙ୍ଗିର କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର ଓ ରାୟଗଡା ଜିଲ୍ଲା ପାଇଁ ୟେଲ୍ଲୋ ୱାର୍ଣ୍ଣିଂ ଜାରି । ପ୍ରବଳ ବର୍ଷା ସହିତ ଘଣ୍ଟାପ୍ରତି ଝଟକା ପବନର ବେଗ ୩୦ରୁ ୪୦ କିଲୋମିଟର ରହିବା ସମ୍ଭାବନା ରହିଛି ।









