ନୂଆଦିଲ୍ଲୀ: ଦିଲ୍ଲୀରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଆଜି ସେ ଦିଲ୍ଲୀରେ କେନ୍ଦ୍ରମନ୍ତ୍ରୀ ନଡ୍ଡାଙ୍କୁ ଭେଟିଥିବା ଏକ୍ସରେ ପୋଷ୍ଟ କରି ଜଣାଇଛନ୍ତି । ଏକ୍ସ ପୋଷ୍ଟରେ ୩ଟି ଫଟୋ ସେୟାର କରାଯାଇଛି । ଫଟୋରେ ବିଜେପି ଅଧ୍ୟକ୍ଷ ଜେପି ନଡ୍ଡା, ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ଓଡିଶାର ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ନଜରରେ ଆସିଛନ୍ତି ।
ଆଜି ନୂଆଦିଲ୍ଲୀଠାରେ ଆମ ଦଳର ମାନନୀୟ ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଶ୍ରୀ ଜଗତ ପ୍ରକାଶ ନଡ୍ଡା ଜୀଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ କରିଲି । ଏହି ଅବସରରେ ଓଡ଼ିଶାର ସ୍ୱାସ୍ଥ୍ୟମନ୍ତ୍ରୀ ଶ୍ରୀ ମୁକେଶ ମହାଲିଙ୍ଗ ମଧ୍ୟ ଉପସ୍ଥିତ ଥିଲେ । ଓଡ଼ିଶା ସରକାରଙ୍କ ବିଭିନ୍ନ ଲୋକାଭିମୁଖୀ କାର୍ଯ୍ୟ,… pic.twitter.com/XenSyKuIQK
— Mohan Charan Majhi (@MohanMOdisha) September 12, 2025
ଫଟୋ ସେୟାର କରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲେଖିଛନ୍ତି, ଆଜି ନୂଆଦିଲ୍ଲୀଠାରେ ଆମ ଦଳର ମାନନୀୟ ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଜଗତ ପ୍ରକାଶ ନଡ୍ଡାଜୀଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ କରିଲି। ଏହି ଅବସରରେ ଓଡିଶାର ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ମଧ୍ୟ ଉପସ୍ଥିତ ଥିଲେ । ଓଡିଶା ସରକାରଙ୍କ ବିଭିନ୍ନ ଲୋକାଭିମୁଖୀ କାର୍ଯ୍ୟ, ସ୍ୱାସ୍ଥ୍ୟସେବା ବ୍ୟବସ୍ଥା, ସ୍ୱାସ୍ଥ୍ୟ ଭିତ୍ତିଭୂମିର ବିକାଶ ପରିଯୋଜନା ଓ ଭବିଷ୍ୟତ ରୂପରେଖ ବିଷୟରେ ବିସ୍ତୃତ ଆଲୋଚନା ହୋଇଥିଲା ।









