ଭୁବନେଶ୍ୱର: ବିପଦପୂର୍ଣ୍ଣ ଗାଡ଼ି ଚଳାଇଲେ ହେବ କାର୍ଯ୍ୟାନୁଷ୍ଠାନ । ରିଲ୍ସ ବା ଭିଡିଓ କରିବା ନାଁରେ ସଡ଼କ ସୁରକ୍ଷା ନିୟମ ଉଲ୍ଲଙ୍ଘନ ଉପରେ ରଖାଯିବ ବିଶେଷ ନଜର । ବେପରୁଆ ଗାଡ଼ି ଚାଳକଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ପାଇଁ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ନିର୍ଦ୍ଦେଶ ଦେଇଛନ୍ତି । ରାଜ୍ୟ ପରିବହନ ପ୍ରାଧିକରଣ ପକ୍ଷରୁ ସମସ୍ତ ଆରଟିଓଙ୍କୁ ଏ ସମ୍ପର୍କରେ ନିର୍ଦ୍ଦେଶ ଦିଆଯାଇଛି ।ଭୁବନେଶ୍ୱରରେ ଏକ ବାଇକରେ ଯୁବକ-ଯୁବତୀଙ୍କ ବିପଦପୂର୍ଣ୍ଣ ଗାଡ଼ି ଚାଳନାର ଭିଡିଓ ଭାଇରାଲ ହୋଇଥିଲା । ଭୁବନେଶ୍ୱର-୨ ଆରଟିଓ ଗାଡ଼ି ଅଟକ ରଖିଥିବା ବେଳେ ଜରିମାନା, ଲାଇସେନ୍ସ ନିଲମ୍ବନ ଭଳି ପଦକ୍ଷେପ ଗ୍ରହଣ କରିଛନ୍ତି । ଅନ୍ୟପଟେ, ପୁରୀରେ ମଧ୍ୟ ଏଭଳି ବିପଦପୂର୍ଣ୍ଣ ଗାଡ଼ି ଚାଳନା ଘଟଣାରେ ଆରଟିଓଙ୍କ ପକ୍ଷରୁ ମୋଟର ଯାନ ଆଇନ ଅନୁଯାୟୀ ପଦକ୍ଷେପ ଗ୍ରହଣ କରି ଗାଡ଼ିକୁ ଅଟକ ରଖି ଜରିମାନା କରାଯାଇଛି।










