25.1 C
Bhubaneswar
Saturday, March 21, 2026
Homeଓଡିଶାରାଜଧାନୀରେ ମର୍ଡର: ଘଟଗାଁରେ ଡେଡ୍‌ବଡି

ରାଜଧାନୀରେ ମର୍ଡର: ଘଟଗାଁରେ ଡେଡ୍‌ବଡି

ଭୁବନେଶ୍ବର: ରାଜଧାନୀରୁ ମହିଳା କନେଷ୍ଟବଳ ନିଖୋଜ ମାମଲାରେ ପୁଲିସକୁ ମିଳିଛି ବଡ଼ ସୁରାକ । ହତ୍ୟା ସନ୍ଦେହରେ ପ୍ରେମିକ କନେଷ୍ଟବଳଙ୍କୁ ଅଟକ ରଖି ପଚରାଉଚରା କରୁଛି ପୁଲିସ । ଟ୍ରାଫିକ୍ କନେଷ୍ଟବଳ ଶୁଭମିତ୍ରା ସାହୁଙ୍କୁ ଭଲ ପାଉଥିବା ଜଣେ କନେଷ୍ଟବଳ ତାଙ୍କୁ ହତ୍ୟା କରିଥିବା ସନ୍ଦେହ କରାଯାଉଛି। ତେଣୁ ମାମଲାର ତଦନ୍ତ କରୁଥିବା ସ୍ପେଶାଲ ସ୍କ୍ୱାଡ୍ ସେହି କନେଷ୍ଟବଳଙ୍କ ସୂଚନାକୁ ଆଧାର କରି କେନ୍ଦୁଝର ଯାଇଥିବା ଜଣାପଡିଛି । ପ୍ରେମିକ କନେଷ୍ଟବଳ ଜଣକ ଶୁଭମିତ୍ରାଙ୍କୁ ହତ୍ୟା କରି କେନ୍ଦୁଝରର କେଉଁ ଜଙ୍ଗଲରେ ଫୋପାଡ଼ି ଥିବା ସୁରାକ ପାଇ କେନ୍ଦୁଝର ପୁଲିସ ସହାୟତାରେ କମିସନରେଟ ପୁଲିସ ଖୋଳତାଡ କରୁଛି। ଗତ ୬ ତାରିଖ ଦିନ ଶୁଭମିତ୍ରା ଡିସିପି ଅଫିସକୁ ଡ୍ୟୁଟି କରିବାକୁ ଆସି ସନ୍ଧ୍ୟା ୭ଟାରେ ଭଡ଼ା ଘରକୁ ଫେରିଥିଲେ। ଏହାପରଠୁ ତାଙ୍କର ମୋବାଇଲ ସୁଇଚଅଫ୍ ହୋଇଯାଇଥିଲା । ଦୁଇ ଦିନ କାଳ ଯୋଗାଯୋଗ ନହେବାରୁ ତାଙ୍କ ବାପା ଆସି ଖୋଜାଖୋଜି କରିବା ସହ କ୍ୟାପିଟାଲ ଥାନାରେ ଝିଅ ନିଖୋଜ ଥିବା ନେଇ ଏତଲା ଦେଇଥିଲେ। ପୁଲିସ ମାମଲାକୁ ଗୁରୁତ୍ୱର ସହ ଗ୍ରହଣ କରି ତଦନ୍ତ ସମୟରେ କଲ୍ ଡିଟେଲ୍ସରୁ ଅଭିଯୁକ୍ତ ପ୍ରେମିକ କନେଷ୍ଟବଳଙ୍କ ବାବଦରେ ଜାଣିବାକୁ ପାଇଥିଲା। ତାଙ୍କୁ ମାରାଥନ ଜେରା କରିବା ପରେ ସେ ପୁଲିସ ଆଗରେ ସବୁ ସତ ମାନିଯାଇଥିବା କୁହାଯାଉଛି।ଅଭିଯୁକ୍ତ ଦୀପକ ପୁଲିସ ଆଗରେ କହିଛି, ଭୁବନେଶ୍ୱରରୁ ତଣ୍ଟି ଚିପି ହତ୍ୟା କରିବା ପରେ, ନେଇଥିଲା କେଉଁଝର।  ହତ୍ୟାରେ ବ୍ୟବହୃତ କାର ଜବତ କରି ଖୋଳତାଡ଼ ଆରମ୍ଭ କରୁଛି କ୍ୟାପିଟାଲ ଥାନା ପୁଲିସ୍।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking