ଭୁବନେଶ୍ୱର: ୩ ବର୍ଷର ଶିଶୁ ମୃତ୍ୟୁକୁ ନେଇ କ୍ୟାପିଟାଲ ହସ୍ପିଟାଲରେ ଉତ୍ତେଜନା। ଭୁଲ ମେଡିସିନରୁ ଶିଶୁର ମୃତ୍ୟୁ ହୋଇଥିବା ନେି ପରିବାର ଲୋକେ ଅଭିଯୋଗ ଆଣିଛନ୍ତି। ଗତକାଲି ରାତିରେ ଶିଶୁର ସ୍ୱାସ୍ଥ୍ୟ ଖରାପ ହେବାରୁ ପରିବାର ଲୋକେ କ୍ୟାପିଟାଲ ହସ୍ପିଟାଲକୁ ଆଣିଥିଲେ ।ତେବେ ହସ୍ପିଟାଲରେ ଡ୍ୟୁଟିରେ ଥିବା ଡାକ୍ତର ମେଡିସିନ ଦେଇଥିଲେ। ଏହା ପରେ ଶିଶୁର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି । ତେବେ ଶିଶୁର ମୃତ୍ୟୁ ହେବା ପରେ ଚିକିତ୍ସା କରିଥିବା ଡାକ୍ତର ସେଠାରୁ ଚାଲିଯାଇଥିଲେ। ପରେ ଯେଉଁ ଡାକ୍ତର ଆସିଥିଲେ ଭୁଲ ମେଡିସିନରୁ ଶିଶୁର ମୃତ୍ୟୁ ହୋଇଥିଲା। ପରିବାର ଲୋକଙ୍କୁ କହିଥିଲେ ବୋଲି ଅଭିଯୋଗ ହୋଇଛି। ଏହାକୁ ନେଇ ହସ୍ପିଟାଲ ପରିସରରେ ଉତ୍ତେଜନା ଦେଖିବାକୁ ମିଳିଛି। ତେବେ ଏହି ଘଟଣାରେ କ୍ୟାପିଟାଲ ହସ୍ପିଟାଲର କର୍ତ୍ତୃପକ୍ଷଙ୍କ ପ୍ରତିକ୍ରିୟା ମିଳିପାରିନାହିଁ ।










