ଭୁବନେଶ୍ୱର: ମହାପ୍ରଭୁଙ୍କ ରତ୍ନ ଅଳଙ୍କାର ସ୍ଥାନାନ୍ତର ଶେଷ ହୋଇଛି । ଏନେଇ ସୂଚନା ଦେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ । ସକାଳ ୧୦ଟା ୫୫ରୁ ଆରମ୍ଭ ହୋଇଥିଲା ସ୍ତାନାନ୍ତର । ଅପରାହ୍ନ ୨ଟା ୫୫ରେ ସରିଲା ସ୍ଥାନାନ୍ତର କାର୍ଯ୍ୟ । ୬ଟି ଆଲମିରା ଓ ୬ଟି ପ୍ୟାକେଟରେ ବନ୍ଦ ଅବସ୍ଥାରେ ସ୍ଥାନାନ୍ତରିତ ହୋଇଛି । ଭିତର ରତ୍ନଭଣ୍ଡାରକୁ ରତ୍ନ ସ୍ଥାନାନ୍ତର ପରେ ୨ଟି ଚାବି ପଡିଛି । ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ଚାବି ପଡିଛି । ଟ୍ରେଜେରୀକୁ ହସ୍ତାନ୍ତର ହେବ । ରାଜ୍ୟ ସରକାରଙ୍କ ଏସଓପି ଅନୁସାରେ ସ୍ଥାନାନ୍ତର କରାଯାଇଛି । ଏସଓପି ଅନୁସାରେ ମଧ୍ୟ ସବୁ କିଛି ଭିଡିଓଗ୍ରାଫି କରାଯାଇଛି । ଗଣତି ମଣତି କେବେ ହେବ ରାଜ୍ୟ ସରକାର ସ୍ଥିର କରିବେ । ୧୯୭୮ ମସିହାର ତାଲିକା ସହ ମେଳ କରାଯିବ ।










