ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ୨୮ ଯାଏଁ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ ହୋଇଛି । ପ୍ରବଳ ବର୍ଷା ସମ୍ଭାବନାକୁ ଦୃଷ୍ଟିରେ ରଖି ଛୁଟି ବାତିଲ କଲେ ଜିଲ୍ଲାପାଳ । ହେଡ କ୍ୱାର୍ଟର୍ସ ନ ଛାଡିବା ପାଇଁ ସରକାରୀ କର୍ମଚାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଜିଲ୍ଲାପଳଙ୍କ ଅନୁମତି ବିନା ମୁଖ୍ୟାଳୟ ନଛାଡିବା ପାଇଁ ନିର୍ଦ୍ଦେଶନାମା ଦିଆଯାଇଛି । ନିର୍ଦ୍ଦେଶନାମାକୁ ଅବମାନନା କଲେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ କହିଛନ୍ତି ଜିଲ୍ଲାପାଳ ।










