ରାୟଗଡା: ଭାରସାମ୍ୟ ହରାଇ ଗଛକୁ ପିଟିଲା ଟିପ୍ପର । ଦୁଇ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ଅଛନ୍ତି । ରାୟଗଡା ଜିଲ୍ଲା ଗୁଣପୁର ଥାନା ଅନ୍ତର୍ଗତ ଭାଲେରୀ କୁଡିଆ ଗାଁ ମୁଖ୍ୟ ରାସ୍ତାରେ ଦୁର୍ଘଟଣା ଘଟିଛି । ମୃତକ ହେଲେ ରାମନାଗୁଡା ବ୍ଲକ ଅନ୍ତର୍ଗତ ଅର୍ଜୁନଗୁଡା ଗାଁର ଅର୍ଜୁନଗୁଡା ଗାଁର ଅଲିକ୍ଷ ପାତିକା ଓ ଅଜୟ ପାଲକା । ସୂଚନା ଅନୁସାରେ ଆଜି ଭୋର ସକାଳୁ ଟିପ୍ପରଟି ଗୁଣପୁରରେ ବାଲି ଅନଲୋଡ କରି ଫେରିବା ସମୟରେ ଦୁର୍ଘଟଣା ଘଟିଥିଲା । ସଙ୍ଗେ ସଙ୍ଗେ ଆମ୍ବୁଲାନ୍ସ ଯୋଗେ ଗୁଣପୁର ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ହେଲେ ସେଠାରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଥିଲା । ଗୁରୁତର ଅବସ୍ଥାରେ ଗାଡି ଚାଳକଙ୍କୁ ଚିକିତ୍ସା କରାଯାଉଛି ।










