aଭୁବନେଶ୍ୱର: ରାଜ୍ୟ ଉପରେ ଦୁଇ ଦୁଇଟି ଲଘୁଚାପ ପ୍ରଭାବରେ ଆହୁରି ୪ ଦିନ ପଯ୍ୟନ୍ତ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହା ପଶ୍ଚିମ ଆଡକୁ ଗତି କରିବା ସହ ଧୀରେ ଧୀରେ ଅଧିକ ଘନୀଭୂତ ହୋଇ ଉତ୍ତର- ପଶ୍ଚିମ ଓ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆସନ୍ତାକାଲି ସୁଦ୍ଧା ଅବପାତର ରୂପ ନେବ। ସେପ୍ଟେମ୍ବର ୨୭ ତାରିଖରେ ଦକ୍ଷିଣ ଓଡିଶା ଓ ଆନ୍ଦ୍ର ପ୍ରଦେଶ ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି । ଲଘୁଚାପ ପ୍ରଭାବରେ ଦକ୍ଷିଣ ଓ ଉପକୂଳ ଓଡିଶାରେ ପ୍ରବଳ ବର୍ଷିବ । ଆଜି କୋରାପୁଟ, ନବରଙ୍ଗପୁର, ରାୟଗଡା, ଗଜପତି ଓ ମାଲକାନଗିରିରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତାକାଲିଠୁ ରାଜ୍ୟରେ ବର୍ଷାର ପରିମାଣ ବଢିବ । ୨୮ ତାରିଖ ଯାଏଁ ଗଭୀର ସମୁଦ୍ରକୁ ନଯିବାକୁ ମତ୍ସ୍ୟଜୀବିମାନଙ୍କୁ ପରାମର୍ଶ ଦିଆଯାଇଛି ।










