ଝାରସୁଗୁଡା: ଝାରସୁଗୁଡା ବିମାନବନ୍ଦରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ବାୟୁ ସେନାର ସ୍ୱତନ୍ତ୍ର ବିମାନରେ ଆସି ପହଞ୍ଚିଲେ ମୋଦି । ଯୁବ ସମାବେଶରେ ସାମିଲ ହେବେ । ଏଥି ସହିତ ଉନ୍ନୟନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିବେ । ବିଜେପି କ୍ଷମତାକୁ ଆସିବା ପରେ ଏହା ମୋଦୀଙ୍କ ସପ୍ତମ ଓଡିଶା ଗସ୍ତ । ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ନେଇ ବିଜେପି ଶିବିର ବେଶ ଉତ୍ସାହିତ ଅଛି । ଓଡିଶାର ପାରମ୍ପରିକ କଳା ପ୍ରଦର୍ଶନରେ ପ୍ରଧାନମନ୍ତ୍ରୀଙ୍କୁ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା କରାଯାଇଛି । ବିମାନ ବନ୍ଦରରୁ ଜେଲ ଛକ ଯାଏଁ ୨ କିଲୋମିଟର ରୋଡ ସୋ କରି ପ୍ରଧାନମନ୍ତ୍ରୀ ସିଧାସଳଖ ଅମିଲିପାଲି ପଡିଆ ସଭାସ୍ଥଳରେ ପହଞ୍ଚିବେ । ଦେଢ ଘଣ୍ଟା ଧରି ସଭାସ୍ଥଳରେ ରହିବେ ପ୍ରଧାନମନ୍ତ୍ରୀ ।ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପାଇଁ ସୁରକ୍ଷା ସୁରକ୍ଷାବଳୟ ଭିତରେ ରହିଛି ଝାରସୁଗୁଡା ।










