ଭୁବନେଶ୍ୱର: ପୁଣି ଲଘୁଚାପ ସମ୍ଭାବନା। ଏହାର ପ୍ରଭାବରେ ଉତ୍ତର ପାଶ୍ୱର୍ବର୍ତ୍ତୀ କେନ୍ଦ୍ରୀୟ ବଙ୍ଗୋପ ସାଗର ଅଞ୍ଚଳରେ ୧ ଅକ୍ଟୋବର ବେଳକୁ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏପଟେ ପୂର୍ବକେନ୍ଦ୍ରୀୟ ଏବଂ ସଂଲଗ୍ନ ଉତ୍ତର- ପୂର୍ବ ବଙ୍ଗୋପସାଗର ସୃଷ୍ଟ ଲଘୁଚାପ ଅବପାତର ରୂପ ନେଇ ଉପକୂଳ ମୁହାଁ ହେଉଛି। ଏହାର ପ୍ରଭାବରେ ଦକ୍ଷିଣ ଓଡିଶା ସମେତ ସାରା ରାଜ୍ୟରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । କୋରାପୁଟ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ରେଡ ଆଲର୍ଟ ଜାରି କରାଯାଇଥିବାରୁ ସମସ୍ତ ବିଦ୍ୟାଳୟକୁ ଛୁଟି ଘୋଷଣା କରିଛି ଜିଲ୍ଲା ପ୍ରଶାସନ । ପାଣିପାଗ ବିଭାଗ ପକ୍ଷରୁ ଗଞ୍ଜାମ ଜିଲ୍ଲାକୁ ଅରେଞ୍ଜ ୱାଣ୍ଣିଂ ଜାରି କରାଯାଇଛି ।










