ଭୁବନେଶ୍ୱର: ରାଜ୍ୟ କ୍ୟାବିନେଟ ବୈଠକରେ ୪ଟି ପ୍ରସ୍ତାବ ଉପରେ ମୋହର ବାଜିଛି । ୩ଟି ବିଭାଗର ୪ଟି ପ୍ରସ୍ତାବ ଉପରେ କ୍ୟାବିନେଟ ମୋହର ବାଜିଛି । ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ବୈଠକ ବସିଛି ।ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ସମେତ ବିଭାଗୀୟ ମନ୍ତ୍ରୀ ଓ ସଚିବ ଉପସ୍ଥିତ ଅଛନ୍ତି । ଶ୍ରମ ବିଭାଗର ବାଣିଜ୍ୟ ପ୍ରତିଷ୍ଠାନ ଆଇନ ୧୯୫୬ର ସଂଶୋଧନ ପାରିତ ହୋଇଛି । କାରଖାନା ୧୯୪୮ର ସଂଶୋଧନ ଆଇନ ମଧ୍ୟ ପାରିତ ହେଲା । ଦୈନିକ କାର୍ଯ୍ୟ ୯ ଘଣ୍ଟାରୁ ୧୦ ଘଣ୍ଟାକୁ ବୃଦ୍ଧି କରିବାକୁ ନିଷ୍ପତ୍ତି ନିଆଯାଇଛି । ସପ୍ତାହରେ ୪୮ ଘଣ୍ଟାରୁ ଅଧିକ କାମ କଲେ ଓଭର ଟାଇମ ମିଳିବ । ମହିଳା କର୍ମଚାରୀ ଚାହିଁଲେ ସମ୍ମତି ପତ୍ର ଦେଇ ରାତିରେ କାର୍ଯ୍ୟ କରିପାରିବେ । ମହିଳା କର୍ମଚାରୀଙ୍କ ପାଇଁ ରାଜ୍ୟ ସରକାର ସୁରକ୍ଷା ବ୍ୟବସ୍ଥା କରିବେ ।ଗଣଶକ୍ଷା ବିଭାଗର ଗୋଦାବରୀଷ ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନାକୁ ମଞ୍ଜୁରୀ ମିଳିଛି । ଘଟଗାଁ ତାରିଣୀ ପୀଠର ପାରିପାର୍ଶ୍ଵିକ ବିକାଶ ପାଇଁ ୨୨୬ କୋଟି ମଂଜୁର ମିଳିଛି । ୫୯ ଏକର ଜମିକୁ ନେଇ ପାରିପାର୍ଶ୍ଵିକ ବିକାଶ ପାଇଁ ଡିପିଆର ପ୍ରସ୍ତୁତ ହେବ ।










