15.1 C
Bhubaneswar
Monday, February 9, 2026
Homeଓଡିଶାଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା

କଳାହାଣ୍ଡି: ଦିନକ ପରେ କଳାହାଣ୍ଡିର ଅଧିଷ୍ଠାତ୍ରୀ ଦେବୀ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା। ଯାତ୍ରାରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଥାଏ। ହଜାର ହଜାର ସଂଖ୍ୟାରେ ମାନସିକଧାରୀ ବଳି ଦେଇ ଆସୁଥିବା ବେଳେ ଏହାକୁ ନେଇ ପ୍ରସ୍ତୁତି ଚାଲିଛି। ଦିନକ ପରେ  ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । ଚଳଚଞ୍ଚଳ କଳାହାଣ୍ଡି ଜିଲ୍ଲା । ମୂଳାଷ୍ଟମୀ ଦିନ ଭବାନୀପାଟଣା ରାଜପ୍ରସାଦରେ ଥିବା  ମାଣିକେଶ୍ବରୀ ପୀଠରେ ମୁଣ୍ଡବସା ଠାରୁ ଆରମ୍ଭ କରି ମହାଷ୍ଟମୀ ପର୍ଯ୍ୟନ୍ତ ସ୍ବତନ୍ତ୍ର ପୂଜାର୍ଚ୍ଚନା କରାଯାଇଥାଏ । ମାନସିକଧାରୀମାନେ ଦେବୀଙ୍କ ପାଖରେ ଅର୍ପଣ କରିଥାନ୍ତି ବିଳି। ରକ୍ତରଞ୍ଜିତ ହୋଇଯାଏ ଯାତ୍ରାସ୍ଥଳୀ । ଏହାସହ ଶାନ୍ତିର ପ୍ରତୀକ ଭାବେ ଶହ ଶହ ପାରାକୁ ଦେବୀଙ୍କ ଛତର ଉପରେ ଉଡ଼ାଇବାର ପରମ୍ପରା ରହିଛି । ଭିଡକୁ ଦୃଷ୍ଟିରେ ରଖି ଜିଲ୍ଲା ପୋଲିସ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଜୋରଦାର କରାଯାଇଛି।  ସୁରକ୍ଷା ବ୍ୟବସ୍ଥା ପାଇଁ ୧୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହେବା ସହ ସିସିଟିଭି ବ୍ୟବସ୍ଥା କରାଯାଇଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking