21.1 C
Bhubaneswar
Friday, December 12, 2025
Homeଓଡିଶାଆଜି ଜାତିର ପିତା ମହାତ୍ମାଗାନ୍ଧୀ ଓ ଲାଲ ବାହାଦୁର ଶାସ୍ତ୍ରୀଙ୍କ ଜୟନ୍ତୀ

ଆଜି ଜାତିର ପିତା ମହାତ୍ମାଗାନ୍ଧୀ ଓ ଲାଲ ବାହାଦୁର ଶାସ୍ତ୍ରୀଙ୍କ ଜୟନ୍ତୀ

ଯାଜପୁର: ଆଜି ହେଉଛି ଜାତୀର ପିତା ମହାତ୍ମାଗାନ୍ଧୀ ଓ ଲାଲ ବାହାଦୁର ଶାସ୍ତ୍ରୀଙ୍କ ଜନ୍ମଜୟନ୍ତୀ । ଯାଜପୁର ଜିଲା ପ୍ରଶାସନ ପକ୍ଷରୁ ଜାତିର ପିତା ମହାତ୍ମାଗାନ୍ଧୀ ଓ ଲାଲବାହାଦୁର ଶାସ୍ତ୍ରୀଙ୍କ ଜୟନ୍ତୀ ମହା ସାମାରିରୋହରେ ପାଳିତ ହୋଇଯାଇଛି । ସକାଳୁ ଜିଲାପାଳ ଅମ୍ବର କୁମାର କର ଯାଜପୁର ସହର ସ୍ଥିତ ଗାନ୍ଧୀଛକ ଠାରେ ଜାତିର ପିତା ମହାତ୍ମା ଗାନ୍ଧୀ ପ୍ରତିମୂର୍ତିରେ ମାଲ୍ୟାର୍ପଣ କରିଥିଲେ । ଯାଜପୁର ପୌରପାଳିକାର ଅଧକ୍ଷ୍ୟା ରଞ୍ଜୁଲତା ହୋତା ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ସଂସ୍କୃତି ଭବନ ଓ ଜିଲାସ୍କୁଲ ପରିସରରେ ଥିବା ମହାତ୍ମା ଗାନ୍ଧି, ଲାଲ ବାହାଦୁର ଶାସ୍ତ୍ରୀ ଏବଂ ଅନ୍ୟାନ୍ୟ ବରପୁତ୍ର ମାନଙ୍କ ପ୍ରତିମୂର୍ତିରେ ରେ ମାଲ୍ୟାର୍ପଣ କରିଥିଲେ । ପରେ ଗୌତମ ବୁଦ୍ଧ ସଂସ୍କୃତି ଭବନ ପରିସରରେ ସୁଚନା ଲୋକ ସମ୍ପର୍କ ଅଧିକାରୀ କାମୀନି ରଞ୍ଜନ ପଟ୍ଟନାୟକଙ୍କ ସଭାପତିତ୍ଵରେ ଆୟୋଜିତ ଏକ ସଭାରେ ମୁଖ୍ୟ ବକ୍ତା ଭାବେ ବରିଷ୍ଠ ଶିକ୍ଷାବିତ ଡ ଦାମୋଦର ବେହେରାଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଯୋଗ ଦେଇ ଗାନ୍ଧୀ ଓ ଲାଲ ବାହାଦୁର ଶାସ୍ତ୍ରୀଙ୍କ ଜୀବନ ଦର୍ଶନ ର ପ୍ରାସଙ୍ଗିକତା ସମ୍ପର୍କରେ ଆଲୋକପାତ କରିଥିଲେ । ପରିଶେଷ ରେ ପୂର୍ବରୁ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗୀତା ର କୃତି ପ୍ରତିଯୋଗୀ ମାନଙ୍କୁ ଉପସ୍ଥିତ ଅତିଥି ମାନେ ପୁରସ୍କୃତ କରିଥିଲେ। ଏହି ଅବସର ରେ ସହର ର ବହୁ ବୁଦ୍ଧିଜୀବୀ , ବରିଷ୍ଠ ନାଗରିକଙ୍କ ସମେତ ବିଭିନ୍ନ ବିଦ୍ୟାଳୟ ମହାବିଦ୍ୟାଳୟ ର ଛାତ୍ରଛାତ୍ରୀ ମାନେ ଉପସ୍ଥିତ ଥିଲେ।

 

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking