21.1 C
Bhubaneswar
Monday, December 8, 2025
Homeଓଡିଶାଗଜପତି ଜିଲ୍ଲାରେ ଲଗାଣ ବର୍ଷା : ରିଲିଫ କମିଶନରଙ୍କୁ ତୁରନ୍ତ ସହାୟତା ପ୍ରଦାନ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଗଜପତି ଜିଲ୍ଲାରେ ଲଗାଣ ବର୍ଷା : ରିଲିଫ କମିଶନରଙ୍କୁ ତୁରନ୍ତ ସହାୟତା ପ୍ରଦାନ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର:  ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲା ଗୁଡ଼ିକରେ ଲଗାଣ ବର୍ଷା ଲାଗିରହିଛି। ଏହି ବର୍ଷାରେ ଗଜପତି ଜିଲ୍ଲାରେ ବର୍ଷା ଯୋଗୁଁ ବିଭିନ୍ନ ନଦୀରେ ଜଳସ୍ତର ବୃଦ୍ଧି ହୋଇ ଅନେକ ଅଞ୍ଚଳ ଜଳ ମଗ୍ନ ହେବାର ଆଶଙ୍କା ଦେଖା ଦେଇଛି । ମୁଖ୍ୟମନ୍ତ୍ରୀ  ମୋହନ ଚରଣ ମାଝୀ ଗଜପତି ଜିଲ୍ଲା ପରିସ୍ଥିତି ଉପରେ ନଜର ରଖିବା ସହିତ ସ୍ଥିତି ପରଖିବା ଓ ସହାୟତା କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ପାଇଁ ଖଣି ଓ ଇସ୍ପାତ ମନ୍ତ୍ରୀ ଶ୍ରୀ ବିଭୂତି ଜେନା ଙ୍କୁ ମୁଖ୍ୟମନ୍ତ୍ରୀ ଗଜପତି ଜିଲ୍ଲାକୁ ପଠାଇଛନ୍ତି । ଆଜି ମୁଖ୍ୟମନ୍ତ୍ରୀ ଗଜପତି ଜିଲ୍ଲାପାଳଙ୍କ ସହିତ କଥା ହୋଇ ପରିସ୍ଥିତି ସମ୍ପର୍କରେ ପଚାରି ବୁଝିଛନ୍ତି । ସ୍ବତନ୍ତ୍ର ରିଲିଫ୍ କମିଶନରଙ୍କୁ ତୁରନ୍ତ ଆବଶ୍ୟକ ସହାୟତା ପ୍ରଦାନ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ସୂଚନା ଯୋଗ୍ୟ ଯେ ଜିଲ୍ଲାର ଅନେକ ସ୍ଥାନରେ ପାହାଡରୁ ମାଟି ଖସି ଯାତାୟତ ବାଧାପ୍ରାପ୍ତ ହୋଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking