ଭୁବନେଶ୍ୱର: ଆଜି ମା’ଙ୍କ ଭସାଣି । ମେଲାଣି ନେବେ ଜଗତଜ୍ଜନନୀ ମା’ଦୁର୍ଗା । ଭସାଣି ଉପରେ ନଜର ରଖିବ ଡ୍ରୋନ । ଚଳିତ ବର୍ଷ ପ୍ରଥମ ଥର ପାଇଁ ଏପରି ବ୍ୟବସ୍ଥା କରିଛି କମିଶନରେଟ ପୋଲିସ । ଭସାଣି ରୁଟରେ ନଜର ରଖିବ ମୋଟ ୫ ଶହରୁ ଅଧିକ ସିସିଟିଭି କ୍ୟାମେରା । ଏକାଧିକ କଣ୍ଟ୍ରୋଲ ରୁମ ଜରିଆରେ ସିସିଟିଭି ଗୁଡିକରୁ ମିଳୁଥିବା ଭିଜୁଆଲ ଉପରେ ନଜର ରଖିବ ପୋଲିସ । ବିଶେଷ କରି ଶବ୍ଦ ପ୍ରଦୂଷଣ ବା ୬୦ ଡେସିବଲରୁ ଅଧିକ ଶବ୍ଦ ପ୍ରଦୂଷଣ କରୁଥିବା ଶୋଭାଯାତ୍ରା ବିରୁଦ୍ଧରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବ ପୋଲିସ ଟିମ । ପୋଲିସ ପକ୍ଷରୁ ସାଉଣ୍ଡ ବାବଦରେ କୌଣସି ବ୍ୟତିକ୍ରମ ଦେଖା ଦେଲେ, ଗୋଟିଏ ଥର ପାଇଁ କୁହାଯିବ । ନହେଲେ ସମସ୍ତ ସାଉଣ୍ଡ ଯନ୍ତ୍ରାଂଶ ଜବତ କରିବା ସହିତ ମାମଲା ରୁଜୁ କରିବ କମିଶନରେଟ ପୋଲିସ । ସକାଳ ୮ଟାରେ ନିଜ ନିଜ ଭସାଣି ଶୋଭାଯାତ୍ରା ବାହାର କରିବାକୁ ପୂଜା କମିଟିଗୁଡିକୁ ଅନୁରୋଧ କରାଯାିଚି । ପ୍ରତିକୂଳ ପାଗକୁ ଦୃଷ୍ଟିରେ ରଖି ସମସ୍ତଙ୍କୁ ସହେଯାଗ କରିବାକୁ ଅପିଲ କରିଛି କମିଶନରେଟ ପୋଲିସ ।










