ଭୁବନେଶ୍ୱର: ଏସଆଇ ପରୀକ୍ଷା କେଳେଙ୍କାରୀ ଘଟଣାରେ ପ୍ରତିବାଦ କରିବ ବିଜେଡି । ୬ ତାରିଖରେ ବିଜୁ ଯୁବ ଓ ଛାତ୍ର ଜନତା ଦଳ ପକ୍ଷରୁ ହେବ ପ୍ରତିବାଦ । ଆନ୍ଦୋଳନ ନେଇ ବିଜେଡି ଯୁବ ସଭାପତି ଚିନ୍ମୟ ସାହୁ ସୂଚନା ଦେଇଛନ୍ତି । ସୂଚନାଥାଉକି, ପୋଲିସ ଏସଆଇ ଚାକିରି କେଳେଙ୍କାରୀରେ ଆଉ ୨ ଅଭିଯୁକ୍ତ ଗିରଫ ହୋଇଛନ୍ତି । ଡିଜିଟାଲ ତଥ୍ୟ ଯୋଗାଡରେ ଲାଗିପଡିଛି କ୍ରାଇମବ୍ରାଞ୍ଚ । ପଞ୍ଚସଫ୍ଟ କଂପାନୀ ମାଲିକ ଶଙ୍କର ପୃଷ୍ଟି ମାଷ୍ଟର ମାଇଣ୍ଡ ଥିବା ସନ୍ଦେହ କରାଯାଉଛି । ପୂର୍ବରୁ ୧୧୪ ପରୀକ୍ଷାର୍ଥୀ ଓ ୩ ଦଲାଲ ଗିରଫ ହୋଇଥିଲେ ।










