କଟକ: ଭସାଣ ବିବାଦକୁ ନେଇ କଟକରେ ଉତ୍ତେଜନା ପ୍ରକାଶ ପାଇଛି । ବିଗ୍ବଜାର ପରିସର ଭିତରେ ବ୍ୟାପକ ଭଙ୍ଗାରୁଜା କରିଛନ୍ତି ବିକ୍ଷୋଭକାରୀ । ଗାଡି ଓ ତୋରଣ ମଧ୍ୟ ଭାଙ୍ଗି ଦେଇଛନ୍ତି ବିକ୍ଷୋଭକାରୀ । ବିକ୍ଷୋଭକାରୀଙ୍କୁ ଘଉଡାଇବାକୁ ପୋଲିସ ଲାଠି ଚାର୍ଜ କରିଛି । ଦରଘାବଜାର ଥାନା ସମ୍ମୁଖରେ ଉତ୍ତେଜନାପୂର୍ଣ୍ଣ ସ୍ଥିତି ଉପୁଜିଛି । ୧୦ରୁ ଅଧିକ ପୋଲିସ କର୍ମଚାରୀ ଆହତ ହୋଇଛନ୍ତି । ଏହି ସମୟରେ ଶାନ୍ତିଶୃଙ୍ଖଳା ରକ୍ଷା କରିବା ପାଇଁ ମୁଖ୍ୟମନ୍ତ୍ରୀ ଅପିଲ୍ କରିଛନ୍ତି । ସମସ୍ତଙ୍କୁ ଶାନ୍ତି ଶୃଙ୍ଖଳା ବଜାୟ ରଖିବା ପାଇଁ ନିବେଦନ କଲେ ମୁଖ୍ୟମନ୍ତ୍ରୀ । କହିଲେ ଭାଇଚାରାର ଅନନ୍ୟ ନିଦର୍ଶନ ହେଉଛି କଟକ ସହର । କେତେକ ବିଶୃଙ୍ଖଳାକାରୀଙ୍କ ଯୋଗୁଁ ସହରରେ ଶାନ୍ତି ଭଙ୍ଗ ହୋଇଛି । ସାଧାରଣ ଲୋକଙ୍କ ଜୀବନ ଯାତ୍ରାରେ ବ୍ୟାଘାତ ସୃଷ୍ଟି ହେଉଛି । ଏହି ଭଳି ବିଶୃଙ୍ଖଳାକାରୀଙ୍କ ଉପରେ ସରକାରଙ୍କ ନଜର ରହିଛି । ସେମାନଙ୍କ ଉପରେ ଆଇନ୍ ଅନୁଯାୟୀ ଦୃଢ କାର୍ଯ୍ୟାନୁଷ୍ଠାନ ହେବ । ସହରର ଗୌରବକୁ ଅକ୍ଷୁଣ୍ଣ ରଖିବା ପାଇଁ ଆଗେଇ ଆସନ୍ତୁ ।










