20.1 C
Bhubaneswar
Monday, February 9, 2026
Homeଓଡିଶାମିଛ ଭିଡିଓ ପୋଷ୍ଟ କଲେ କାର୍ଯ୍ୟାନୁଷ୍ଠାନ

ମିଛ ଭିଡିଓ ପୋଷ୍ଟ କଲେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର: କଟକରେ ଗଣ୍ଡଗୋଳକୁ ନେଇ ଓଡିଶା ପୋଲିସର ବାର୍ତ୍ତା। ଏନେଇ ଓଡିଶା ପୋଲିସ ଆଡଭାଇଜରୀ ଜାରି କରି ଏକ୍ସରେ ପୋଷ୍ଟ କରି ସୂଚନା ଦେଇଛନ୍ତି ଯେ ସୋସିଆଲ ମିଡ଼ିଆରେ କୌଣସି ଖବର ପୋଷ୍ଟ କରିବା ପୂର୍ବରୁ ସତ୍ୟତା ଯାଞ୍ଚ କରନ୍ତୁ। ଏହା ସହ ମିଛ ଓ ଉତ୍ତେଜନାମୂଳକ ପୋଷ୍ଟ କରିବାରୁ ବିରତ ରହନ୍ତୁ। ଯେଉଁମାନେ ମିଥ୍ୟା କିମ୍ବା ଭ୍ରାନ୍ତି ସୂଚନା ପ୍ରଚାର ଓ ପ୍ରସାର କରୁଛନ୍ତି, ସେମାନଙ୍କ ବିରୁଦ୍ଧରେ ଆଇନ ଅନୁଯାୟୀ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। କିଛି ବ୍ୟକ୍ତି ବିଶେଷ ମିଥ୍ୟା ଖବର ପ୍ରସ୍ତୁତ ଓ ପ୍ରଚାର କରି ସମାଜରେ ଅଶାନ୍ତିର ବାତାବରଣ ସୃଷ୍ଟି କରୁଛନ୍ତି। ନାଗରିକମାନେ ସଚେତନ ରୁହନ୍ତୁ ଏବଂ କୌଣସି ପରିସ୍ଥିତିରେ ମଧ୍ୟ ମିଛ ଭିଡିଓ କିମ୍ବା ସୋସିଆଲ ମିଡ଼ିଆ ପୋଷ୍ଟ ଉପରେ ବିଶ୍ୱାସ କରନ୍ତୁ ନାହିଁ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking