21.1 C
Bhubaneswar
Thursday, February 5, 2026
Homeଓଡିଶାଆଇନଶୃଙ୍ଖଳା ବ୍ୟବସ୍ଥାକୁ ମଜଭୁତ ରଖିବାରେ ବିଜେପି ସରକାର ବିଫଳ: ନବୀନ

ଆଇନଶୃଙ୍ଖଳା ବ୍ୟବସ୍ଥାକୁ ମଜଭୁତ ରଖିବାରେ ବିଜେପି ସରକାର ବିଫଳ: ନବୀନ

ଭୁବନେଶ୍ୱର: ରାଜ୍ୟରେ ବିଶୃଙ୍ଖଳାକୁ ନେଇ କ୍ଷୋଭ ପ୍ରକାଶ କଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏନେଇ ସରକାରଙ୍କୁ କଡା ସମାଲୋଚନା କରି ସୋସିଆଲ ମିଡିଆରେ ପୋଷ୍ଟ କରି ଲେଖିଛନ୍ତି ଯେ ରାଜ୍ୟରେ ଉତ୍ସବର ପରିବେଶ ମଧ୍ୟରେ ଭୟର ବାତାବରଣ, ଲୋକେ ନିଜକୁ ଅସୁରକ୍ଷିତ ଭାବିବା ଆରମ୍ଭ କଲେଣି। ନିଜ ଘର ସାମ୍ନାରେ ଠିଆ ହୋଇଥିବା ସମୟରେ ଗଞ୍ଜାମର ବରିଷ୍ଠ ଆଇନଜୀବୀ ପୀତବାସ ପଣ୍ଡାଙ୍କୁ ଯେପରି ଗୁଳି କରି ହତ୍ୟା କରାଗଲା ତାହା ଅତ୍ୟନ୍ତ ଜଘନ୍ୟ ଓ ଦୁଃଖଦାୟକ। ଦୁଃଖରେ ଭାଙ୍ଗି ପଡ଼ିଥିବା ପରିବାରବର୍ଗଙ୍କ ପ୍ରତି ମୋର ସମବେଦନା ଜଣାଉଛି। ଏହି ଖବର ସାଧାରଣ ଲୋକଙ୍କୁ ଭୟଭୀତ କରିଦେଇଛି। ସେହିପରି ରାଉରକେଲାରେ ଦୁଷ୍କର୍ମ, କଣାସରେ ଲକ୍ଷ୍ମୀ ବସ ଭିତରେ ଘଟିଥିବା ଅଭାବନୀୟ କାଣ୍ଡ ସାଙ୍ଗକୁ ବାଲେଶ୍ୱରରେ ରାତ୍ରିକାଳୀନ କଟକଣା ସହ ଭାଇଚାରାର ସହର କଟକରେ ସାମ୍ପ୍ରଦାୟିକ ସ୍ଥିତି ଅତ୍ୟନ୍ତ ଚିନ୍ତାଜନକ। ପୋଲିସ ଏସଆଇ ନିଯୁକ୍ତିରେ ମହାଘୋଟାଲା ଆଶାୟୀ ଯୁବଗୋଷ୍ଠୀଙ୍କ ମନୋବଳ ଭାଙ୍ଗି ଦେଇଥିବା ବେଳେ ସରକାରୀ ନିଯୁକ୍ତିରେ ସ୍ୱଚ୍ଛତା ଓ ଉତ୍ତରଦାୟିତ୍ୱ ବଜାୟ ରଖିବାରେ ମଧ୍ୟ ରାଜ୍ୟର ବିଜେପି ସରକାର ଅସମର୍ଥ। ଶାନ୍ତିପ୍ରିୟ ଓଡ଼ିଶାରେ ଆଇନଶୃଙ୍ଖଳା ବ୍ୟବସ୍ଥାକୁ ମଜଭୁତ ରଖିବାରେ ବିଜେପି ସରକାର ସମ୍ପୂର୍ଣ୍ଣ ବିଫଳ ହୋଇଛନ୍ତି; ଯାହା ଲୋକଙ୍କ ଭିତରେ ଭୟର ବାତାବରଣ ସୃଷ୍ଟି କରୁଛି। ଅପରାଧ ରୋକିବା ପାଇଁ ସରକାର କାହିଁକି ଦୃଷ୍ଟାନ୍ତମୂଳକ ପଦକ୍ଷେପ ଗ୍ରହଣ କରୁନାହାନ୍ତି? ଲୋକଙ୍କ ସ୍ୱାର୍ଥ ପାଇଁ ସରକାର ତତ୍ପର ଓ ସଜାଗ ହେବା ଜରୁରୀ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking