30.1 C
Bhubaneswar
Friday, March 20, 2026
Homeଓଡିଶାଦନ୍ତା ହାତୀ ଆକ୍ରମଣରେ ବୃଦ୍ଧଙ୍କ ମୃତ୍ୟୁ

ଦନ୍ତା ହାତୀ ଆକ୍ରମଣରେ ବୃଦ୍ଧଙ୍କ ମୃତ୍ୟୁ

ମୟୂରଭଞ୍ଜ: ମୟୂରଭଞ୍ଜଜିଲ୍ଲା ରାଇରଙ୍ଗପୁର ବନଖଣ୍ଡରେ ଦନ୍ତା ହାତୀ ଆକ୍ରମଣରେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ଜଣଙ୍କ ହେଲେ କୁସୁମୀ ବ୍ଲକ ବାସିଲା ଗ୍ରାମର  ଆଦିବାସୀ ବୃଦ୍ଧ ରାମତିଆ କଳା । ସୂଚନା ଅନୁଯାୟୀ ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ବନଖଣ୍ଡ ଅନ୍ତର୍ଗତ ବାଦାମପାହାଡ ରେଞ୍ଜ ରେ ଶନିବାର  ସକାଳୁ ଗ୍ରାମ ନିକଟସ୍ଥ କାହ୍ନୁ ନଦୀକୁ ଶୌଚ ହେବାକୁ ଯାଇଥିଲେ ।ଗ୍ରାମ ନିକଟସ୍ଥ ଜଙ୍ଗଲରେ ରହୁଥିବା ୬ ଟିକିଆ ହାତୀ ପଲ ମଧ୍ୟରୁ ଏକ ଦନ୍ତା ହାତୀ ତାଙ୍କୁ ବିଭର୍ଷ ଭାବେ ଦଳି ଚକଟି ଦେଇଥିଲା। ଫଳରେ ଘଟଣାସ୍ଥଳରେ ହିଁ ବୃଦ୍ଧଙ୍କ ମୃତ୍ୟୁ ଘଟିଥିଲା । ଘଟଣା ସମ୍ପର୍କରେ ବାଦାମପାହାଡ ପୁଲିସ ଓ ବନବିଭାଗଖବର ପାଇ ପହଞ୍ଚି ତଦନ୍ତ ଜାରି ରଖିଛନ୍ତି। ପୁଲିସ ଏକ ମାମଲା ରୁଜୁ କରି ଶବକୁ ଜବତ କରି ବ୍ୟବଚ୍ଛେଦ ପାଇଁ ରାଇରଙ୍ଗପୁରକୁ ପଠାଇଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking