ନୂଆପଡା: ନୂଆପଡା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ଆଜିଠୁ ନାମାଙ୍କନ କରିପାରିବେ ପ୍ରାର୍ଥୀ ା ୨୦ ତାରିଖ ନାମାଙ୍କନ ଦାଖଲର ଶେଷ ଦିନ । ୨୨ ତାରିଖ ନାମାଙ୍କନ ଯାଞ୍ଚ , ୨୪ ତାରିଖରେ ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଶେଷ ଦିନ । ନଭେମ୍ବର ୧୧ରେ ନୂଆପଡା ଉପନିର୍ବାଚନ ପାଇଁ ଭୋଟ ଗ୍ରହଣ ହେବ, ୧୪ରେ ଫଳାଫଳ ପ୍ରକାଶ ପାଇବ ା ତେବେ ଏସବୁ ପ୍ରକ୍ରିୟା ପାଇଁ ଆଜି ବିଦ୍ଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି । ମାଓ ପ୍ରବଳ ୪୭ଟି ବୁଥରେ ସକାଳ ୭ଟାରୁ ଅପରାହ୍ନ ୪ ଟା ପର୍ଯ୍ୟନ୍ତ ଭୋଟ । ବାକି ବୁଥରେ ସକାଳ ୭ଟାରୁ ଅପରାହ୍ନ ୫ଟା ଯାଏଁ ଭୋଟ ହେବ ।










