ଭୁବନେଶ୍ୱର: ରାୟଗଡା ଜିଲ୍ଲାର ରାଷ୍ଟ୍ରପତି ପୁରସ୍କାର ପ୍ରାପ୍ତ ଶିକ୍ଷକ ଦ୍ୱିତୀଚନ୍ଦ୍ର ସାହୁଙ୍କୁ ଭୁବନେଶ୍ୱର ରେଳବାଇ ଷ୍ଟେସନ ନିକଟରେ ମରଣାନ୍ତକ ଆକ୍ରମଣ ହୋଇଥିବା ଜଣାପଡିଛି । ସୂଚନାରୁ ଜଣାପଡିଛି ଯେ, ଦ୍ୱିତୀଚନ୍ଦ୍ର ସାହୁ ସରକାରୀ କାର୍ଯ୍ୟରେ ଭୁବନେଶ୍ୱର ଯାଇଥିଲେ । ଭୁବନେଶ୍ୱର ରେଳବାଇ ଷ୍ଟେସନ ନିକଟରେ ସେ ଚାଲିଚାଲି ଯାଉଥିବା ବେଳେ ଅଜଣା ଦୁର୍ବୃତ୍ତ ତାଙ୍କୁ କାଠଫାଳିଆରେ ତାଙ୍କୁ ଆକ୍ରମଣ କରିଥିବା ଜଣାପଡିଛି । ଆକ୍ରମଣ ଘଟାଇ ଘଟଣାସ୍ଥଳରୁ ଫେରାର ହୋଇଯାଇଛି ଦୁର୍ବୃତ୍ତ । ଆକ୍ରମଣରେ ତାଙ୍କ ମୁଣ୍ଡ ଫାଟିଯାଇ ଗଭୀର କ୍ଷତ ସୃଷ୍ଟି ହୋଇଛି । ଗୁରୁତର ଅବସ୍ଥାରେ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । କିଏ ଓ କାହିକି ଆକ୍ରମଣ କଲା ପୋଲିସ ତଦନ୍ତ କରୁଛି ।










