15.1 C
Bhubaneswar
Saturday, December 6, 2025
Homeଦେଶ ବିଦେଶଏନକାଉଣ୍ଟରରେ ଦୁଇ ମାଓବାଦୀ ନିହତ

ଏନକାଉଣ୍ଟରରେ ଦୁଇ ମାଓବାଦୀ ନିହତ

ନୂଆଦିଲ୍ଲୀ: ଜମ୍ମୁ- କାଶ୍ମୀରର କୁପୱାଡା ଜିଲ୍ଲା ଏଲଓସି ନିକଟରେ ସୁରକ୍ଷାବାହିନୀ ଏବଂ ମାଓବାଦୀଙ୍କ ମଧ୍ୟରେ ଏନକାଉଣ୍ଟର ଚାଲିଛି । ଏହି ଏନକାଉଣ୍ଟରରେ ଦୁଇ ମାଓବାଦୀ ନିହତ ହୋଇଛନ୍ତି । ଅପରେସନ ଏବେ ବି ଜାରି ରହିଛି ।  ଭାରତୀୟ ସେନା ସମ୍ପୁର୍ଣ୍ଣ ଅଞ୍ଚଳକୁ ଘେରାବନ୍ଦୀ କରି ସର୍ଚ୍ଚ ଅପରେସନକୁ ଜୋରଦାର କରିଛନ୍ତି ।  ସୁରକ୍ଷା ବାହିନୀ ଅନୁପ୍ରବେଶ ଉଦ୍ୟମ ସମ୍ପର୍କରେ ସୂଚନା ପାଇବା ପରେ  ଅପରେସନ ଆରମ୍ଭ କରିଛନ୍ତି । ସୁରକ୍ଷାବାହିନୀ ଘଟଣାସ୍ଥଳରୁ ଦୁଇଟି ଏକେ ସିରିଜ ରାଇଫଲ, ୪ଟି ରକେଟ ଲଞ୍ଚର, ଗୁଳିଗୋଳା ଏବଂ ଅନ୍ୟାନ୍ୟ ଯୁଦ୍ଧ ସାମଗ୍ରୀ ଜବତ କରିଥିଲେ ।  ଉକ୍ତ ଅଞ୍ଚଳରେ ଲୁଚି ରହିଥିବା ଆତଙ୍କବାଦୀଙ୍କୁ ଖୋଜିବା ପାଇଁ  ସର୍ଚ୍ଚ ଅପରେସନ ଏବେ ବି ଜାରି ରହିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking