ଭୁବନେଶ୍ୱର: ଫେବୃଆରୀ ୧୫ରୁ ୨୫ ଭିତରେ ଆରମ୍ଭ ହେବ ଯୁକ୍ତ ଦୁଇ ପରୀକ୍ଷା । ଫେବୃଆରୀ ୧୫ରୁ ୨୫ ମଧ୍ୟରେ ଯେକୌଣସି ତାରିଖରେ ଆରମ୍ଭ ହେବ ପରୀକ୍ଷା । ଏନେଇ ସୂଚନା ଦେଲେ ସିଏଚସିଇ ପରୀକ୍ଷା ନିୟନ୍ତ୍ରକ ପ୍ରଶାନ୍ତ ପରିଡା । ଡିସେମ୍ବର ୧୫ ତାରିଖ ସୁଦ୍ଧା ମିଳିବ ଆଡମିଟ କାର୍ଡ । ଇଣ୍ଟରନାଲ ପରୀକ୍ଷା ଡିସେମ୍ବର ୨୨ରୁ ୩୧ ଯାଏଁ ହେବ । ଜାନୁଆରୀ ୨ରୁ ୧୫ ଯାଏଁ ହେବ ଯୁକ୍ତ ଦୁଇ ପ୍ରାକ୍ଟିକାଲ ପରୀକ୍ଷା ।ନଭେମ୍ବର ୨୯ ସୁଦ୍ଧା ପରୀକ୍ଷା ସେଣ୍ଟରରେ ଲାଗିବ ସିସିଟିଭି କ୍ୟାମେରା । ଏଥର ମୋଟ ୧୩୪୯ ସେଣ୍ଟରରେ ହେବ ଯୁକ୍ତ ଦୁଇ ପରୀକ୍ଷା ।










