କୋରାପୁଟ: କୋରାପୁଟରୁ ସାମ୍ନାକୁ ଆସିଛି ଏକ ଦୁଃଖଦ ଘଟଣା । ଭାରସାମ୍ୟ ହରାଇ ଗଛରେ ପିଟି ହେଲା ବାଇକ୍ । ଫଳରେ ଘଟଣାସ୍ଥଳରେ ବାଇକ୍ ଆରୋହୀଙ୍କ ଯନ୍ତ୍ରଣାଦାୟକ ମୃତ୍ୟୁ ଘଟିଛି । ରାଣିତୋଟା ଥାନା ମାଳିପେଟା ଗାଁ ନିକଟରେ ଘଟିଛି ଏହି ମର୍ମନ୍ତୁଦ ଦୁର୍ଘଟଣା । ମୃତକ ଜଣକଙ୍କ ପରିଚୟ ମିଳିପାରିନଥିବା ବେଳେ ସ୍ଥାନୀୟ ଅଞ୍ଚଳର ବାସିନ୍ଦା ହୋଇଥିବା ନେଇ ସୂଚନା ମିଳିଛି । ଦୁର୍ଘଟଣା ପରେ ଅଞ୍ଚଳରେ ସଡକ ସୁରକ୍ଷା ଉପରେ ପ୍ରଶ୍ନ ଉଠାଇଛନ୍ତି ସ୍ଥାନୀୟ ବାସିନ୍ଦା । ଘଟଣା ସମ୍ପର୍କରେ ସୂଚନା ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । କେଉଁ ପରିସ୍ଥିତିରେ ଦୁର୍ଘଟଣାଟି ଘଟିଛି ସେନେଇ ତଦନ୍ତ କରୁଛି ପୋଲିସ ।










