ପୁରୀ: ପୁରୀରୁ ସାମ୍ନାକୁ ଆସିଛି ଏକ ହୃଦୟବିଦାରକ ଘଟଣା । ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ୨ ଜଣଙ୍କ ମୃତ୍ୟୁ ଘଟିଥିବା ନେଇ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି । ପୁରୀ ଜିଲ୍ଲାର ସତ୍ୟବାଦୀ ଥାନା ବୀରଗୋବିନ୍ଦପୁର ଗାଁରେ ଅଘଟଣ ଘଟିଥିବା ନେଇ ମିଳିଛି ସୂଚନା । ସୋମବାର ବିଳମ୍ବିତ ରାତିରେ ଜଣେ ମହିଳା ଓ ଜଣେ ପୁରୁଷଙ୍କ ମୃତ୍ୟୁ ଘଟିଛି । ଉଭୟଙ୍କ ପରିଚୟ ଏପର୍ଯ୍ୟନ୍ତ ମିଳିପାରିନାହିଁ । ଖବରା ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।










