ଭୁବନେଶ୍ୱର: ଜଗତସିଂହପୁରରେ ବିଜୁ ଜନତା ଦଳର କର୍ମୀ ରଶ୍ମି ପରିଜାଙ୍କ ଉପରେ ହୋଇଥିବା ସଂଘବଦ୍ଧ ମରଣାନ୍ତକ ଆକ୍ରମଣ ଘଟଣାରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ସୋସିଆଲ ମିଡିଆରେ ଟ୍ୱିଟ କରି କହିଛନ୍ତି, ଏଭଳି ଘଟଣାକୁ ମୁଁ ଦୃଢ ନିନ୍ଦା କରୁଛି । ମହିଳାଙ୍କ ଉପରେ ବଢ଼ୁଥିବା ଏପରି ଘଟଣା କଦାପି ଗ୍ରହଣୀୟ ନୁହେଁ ଶାନ୍ତିପ୍ରିୟ ଓଡ଼ିଶାରେ ଅଶାନ୍ତିର ଏ ବାତାବରଣ ଜନମାନସକୁ ଆତଙ୍କିତ କରୁଛି| ଅସାମାଜିକ ବ୍ୟକ୍ତି ଅପରାଧ ଘଟାଇବାକୁ ଭୟ କରୁନାହାନ୍ତି। ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡ଼ୁଛି। ସରକାର ଦୋଷୀଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ଆଇନ ବ୍ୟବସ୍ଥା ଉପରେ ଲୋକଙ୍କ ଆସ୍ଥା ବଜାୟ ରଖନ୍ତୁ।










