ଚମ୍ପୁଆ: ଚମ୍ପୁଆରୁ ସାମ୍ନାକୁ ଆସିଛି ଏକ ମର୍ମନ୍ତୁଦ ଦୁର୍ଘଟଣାର ଖବର । ବିଦ୍ୟୁତ ଖୁଣ୍ଟରେ ପିଟି ହୋଇ ୨ ବାଇକ ଚାଳକ ମୃତ୍ୟୁବରଣ କରିଛନ୍ତି । ୫୨୦ ଏନ୍ଏଚ୍ ମୁରୁସୁଆ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ମୃତକଙ୍କ ପରିଚୟ ମିଳିପାରିନାହିଁ । ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।










