ଭୁବନେଶ୍ୱର: ୨୪ ତାରିଖରେ ବଙ୍ଗୋପସାଗରରେ ଲଘୁଚାପ ହେବାର ସମ୍ଭାବନା ରହିଛି। ଦକ୍ଷିଣପୂର୍ବ ବଙ୍ଗୋପସାଗର ପାଶ୍ୱବର୍ତ୍ତୀ ବାୟୁମଣ୍ଡଳରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ପ୍ରଭାବରେ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସମ୍ଭାବନା ରହିଛି। ଉତ୍ତର ପଶ୍ଚିମ ଦିଗରେ ଗତି କରି ୨୪ ଘଣ୍ଟାରେ ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ମିଳିଛି ସୂଚନା।










