ଭୁବନେଶ୍ୱର: ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ଏହା ପଶ୍ଚିମ- ଉତ୍ତରପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନା ରହିଛି । ଘନୀଭୂତ ହୋଇ କାଲି ସୁଦ୍ଧା ଅବପାତର ରୂପ ନେବ । ୨୬ ସୁଦ୍ଧା ଗଭୀର ଅବପାତର ରୂପ ନେବା ସମ୍ଭାବନା ରହିଛି । ୨୭ ତାରିଖ ସକାଳେ ବାତ୍ୟାର ରୂପ ନେବା ସମ୍ଭାବନା ରହିଛି । ଆଗାମୀ ୨୪ ଘଣ୍ଟାରେ ଅଧିକ ସ୍ପଷ୍ଟ ହେବାର ସମ୍ଭାବନା ରହିଛି । ଏହାର ପ୍ରବାବରେ ଆଜିଠୁ ଦକ୍ଷିଣ, ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡିଶାରେ ବର୍ଷା ସମ୍ଭାବନା ରହିଛି । ଏନେଇ ଆଇଏମଡି ତରଫରୁ ସୂଚନା ମିଳିଛି । ଛୋଟ ଧରଣର ବାତ୍ୟା ହେବା ନେଇ ପାଣିପାଗ ବିଶେଷଜ୍ଞମାନେ ଆକଳନ କରିଛନ୍ତି ।










