18.1 C
Bhubaneswar
Saturday, December 6, 2025
Homeଓଡିଶାଭୀଷଣ ବାତ୍ୟା; ୧୫ ଜିଲ୍ଲା ପ୍ରଭାବିତ ହୋଇପାରେ: ମନ୍ତ୍ରୀ

ଭୀଷଣ ବାତ୍ୟା; ୧୫ ଜିଲ୍ଲା ପ୍ରଭାବିତ ହୋଇପାରେ: ମନ୍ତ୍ରୀ

ଭୁବନେଶ୍ୱର: ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ବାତ୍ୟା ସମୀକ୍ଷା କରି କହିଛନ୍ତି ,ପ୍ରାୟ ୧୫ ଜିଲ୍ଲା  ପ୍ରଭାବିତ ହେବାର ଆଶଙ୍କା ରହିଛି ।  ବିଶେଷ କରି ଦକ୍ଷିଣାଞ୍ଚଳ ଓ ଉପକୂଳ ଜିଲ୍ଲାରେ ପ୍ରଭାବ ପଡିପାରେ । ଯଦି ବି ବାତ୍ୟା ଦିଗ ପରିବର୍ତ୍ତନ କରେ ତାହେଲେ ବି ପ୍ରସ୍ତୁତ ।  ଜଳସମ୍ପଦ, ପଞ୍ଚାୟତିରାଜ, କୃଷି, ଶକ୍ତି ବିଭାଗକୁ ସଜାଗ କରିଛୁ । ଅତୀତର ଅନୁଭୂତିକୁ ଦେଖି ସବୁ ପଦକ୍ଷେପ ନେଇଛୁ ।  ଯଦି କେହି ପାଣିରେ ରୁହନ୍ତି, ରନ୍ଧା ଖାଦ୍ୟ ଯୋଗାଇବୁ । ଏସ୍‌ଆରସି ପକ୍ଷରୁ କୁହାଯାଇଛି ଯେ, ଅରେଞ୍ଜ ଏବଂ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲାଗୁଡ଼ିକୁ ଅଧିକ ସତର୍କ ରହିବାକୁ ହେବ । ପ୍ରାକୃତିକ ବିପର୍ଯ୍ୟୟର ମୁକାବିଲା ପାଇଁ ପ୍ରସ୍ତୁତ ହେବାକୁ ପଡ଼ିବ ।  କୁଆପଥର ମାଡ଼ ଓ ବଜ୍ରପାତରୁ ନିଜକୁ ସୁରକ୍ଷା କରିବା ପାଇଁ ସୁରକ୍ଷିତ ସ୍ଥାନକୁ ଆଶ୍ରୟସ୍ଥଳୀ ଭାବେ ବାଛନ୍ତୁ । ଅକ୍ଟୋବର ୨୬ ତାରିଖ ଠାରୁ ୨୯ ପର୍ଯ୍ୟନ୍ତ ସମୁଦ୍ର ଅସ୍ଥିର ରହିବ ।  ସମ୍ଭାବିତ ବାତ୍ୟା ସମୟରେ ଅକ୍ଟୋବର ୨୬ରୁ ୨୯ ତାରିଖ ପର୍ଯ୍ୟନ୍ତ  ପବନର ବେଗ ଘଣ୍ଟା ପିଛା ୩୫ରୁ ୬୦ କିମି ରହିବ। ଏହା ଘଣ୍ଟା ପିଛା ସର୍ବାଧିକ ୭୦କିମି ହୋଇପାରେ ।

 

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking