ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟା ପାଇଁ ପୁରୀ ଓ ଖେର୍ଦ୍ଧା ଜିଲ୍ଲାରେ ଛୁଟି ବାତିଲ୍ କରାଯାଇଛି । ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ ନେଇ ଜିଲ୍ଲା ନିର୍ଦ୍ଦେଶ ଦେଇଛନ୍ତି । ଖୋର୍ଦ୍ଧା ଜିଲ୍ଲାରେ ୨୯ ତାରିଖ ପର୍ଯ୍ୟନ୍ତ ଛୁଟି ବାତିଲ କରାଯାଇଛି । ପୁରୀରେ ମଧ୍ୟ ପ୍ରଭାବ ନ କମିବା ପର୍ଯ୍ୟନ୍ତ ମୁଖ୍ୟାଳୟ ଛାଡିବାକୁ ମନା କରାଯାଇଛି । ପୂର୍ବରୁ ସମ୍ଭାବ୍ୟ ବାତ୍ୟା ପାଇଁ ୭ ଜିଲ୍ଲାରେ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ୍ କରାଯାଇଛି ।










