30.3 C
Bhubaneswar
Friday, June 19, 2026
Homeଓଡିଶାଦୁର୍ନୀତି ନିବାରଣ ସପ୍ତାହ ପାଳନ ଅବସରରେ ସୂଚନା ଓ ଲୋକସଂପର୍କ ବିଭାଗ କର୍ମଚାରୀଙ୍କ ଶପଥ ପାଠ

ଦୁର୍ନୀତି ନିବାରଣ ସପ୍ତାହ ପାଳନ ଅବସରରେ ସୂଚନା ଓ ଲୋକସଂପର୍କ ବିଭାଗ କର୍ମଚାରୀଙ୍କ ଶପଥ ପାଠ

ଭୁବନେଶ୍ୱର: ସୂଚନା ଓ ଲୋକସଂପର୍କ ବିଭାଗର ଅଧିକାରୀ ଓ କର୍ମଚାରୀମାନେ ଦୁର୍ନୀତି ଓ ଅନ୍ୟାୟ ବିରୋଧରେ ସାମାଜିକ ପ୍ରତିବଦ୍ଧତାର ପ୍ରଦର୍ଶନ ନେଇ ଆଜି ଶପଥ ପାଠ କରିଛନ୍ତି । ସୂଚନା ଓ ଲୋକସଂପର୍କ ବିଭାଗ ପରିସରରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବିଭାଗୀୟ ନିର୍ଦ୍ଦେଶକ ଶ୍ରୀ ଅନୁଜ କୁମାର ଦାସପଟ୍ଟନାୟକଙ୍କ ସମେତ ସମସ୍ତ ଅଧିକାରୀ ଓ କର୍ମଚାରୀ ଶପଥ ପାଠ କରିଥିଲେ । ଆର୍ଥିକ, ରାଜନୈତିକ ଓ ସାମାଜିକ ପ୍ରଗତିରେ ଦୁର୍ନୀତି ଏକ ବଡ଼ ପ୍ରତିବନ୍ଧକ ହୋଇଥିବାରୁ ଅଧିକାରୀ ଓ କର୍ମଚାରୀମାନେ ନିଷ୍ଠାପର ଭାବେ ଆଇନ ଅନୁମୋଦିତ କାର୍ଯ୍ୟ କରିବେ ବୋଲି ଶପଥ ନେଇଥିଲେ । ନିଜ ଆଚରଣ ଓ କର୍ତ୍ତବ୍ୟ ସଂପାଦନରେ ସାଧୁତା ଅବଲମ୍ବନ ସହ ଦୁର୍ନୀତି ଓ ଲାଞ୍ଚ ଦେବା ଓ ନେବା ଭଳି ଅନ୍ୟାୟ ବିରୁଦ୍ଧରେ ସ୍ୱର ଉତ୍ତୋଳନ କରିବେ ବୋଲି ସମସ୍ତେ ସଂକଳ୍ପ ନେଇଥିଲେ ।
ଆଜିର ଏହି ଶପଥ ପାଠ ଉତ୍ସବରେ ସୂଚନା ଓ ଲୋକସଂପର୍କ ବିଭାଗର ନିର୍ଦ୍ଦେଶକ (ବୈଷୟିକ) ଶ୍ରୀ ଗୁର୍‌ବୀର ସିଂହ, ଅତିରିକ୍ତ ଶାସନ ସଚିବ ଶ୍ରୀ ଅଶୋକ କୁମାର ବେହୁରିଆ, ଯୁଗ୍ମ ନିର୍ଦ୍ଦେଶକ ବିତ୍ତ ପରାମର୍ଶଦାତା ଶ୍ରୀ ପୃଥ୍ୱୀରାଜ ପାଣି, ଉପଶାସନ ସଚିବ ସେକ କଲାମ ଉଦ୍ଧିନ, ଉପନିର୍ଦ୍ଦେଶକ ଶ୍ରୀମତୀ ସୁଚେତା ପ୍ରିୟଦର୍ଶିନୀ, ଶ୍ରୀ ଅଶ୍ବିନୀ କୁମାର ଭୋଇଙ୍କ ସମତେ ସମସ୍ତ ଅଧିକାରୀ ଓ କର୍ମଚାରୀ ଉପସ୍ଥିତ ରହି ଶପଥ ପାଠ କରିଥିଲେ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking