27.1 C
Bhubaneswar
Saturday, December 6, 2025
Homeଓଡିଶାଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ପ୍ରବଳ ବର୍ଷା ସହ ଭୂସ୍ଖଳନ

ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ପ୍ରବଳ ବର୍ଷା ସହ ଭୂସ୍ଖଳନ

ଗଞ୍ଜାମ: ବର୍ତ୍ତିଗଲା ଓଡ଼ିଶା । ଆନ୍ଧ୍ର ନର୍ସାପୁରମ୍‌ରେ ସ୍ଥଳଭାଗ ଛୁଇଁଲା ମୋନ୍ଥା । ଆନ୍ଧ୍ର ଉପକୂଳ ଅଶାନ୍ତ ହେବା ସହିତ ସମୁଦ୍ରରେ ଉଚ୍ଚ ଢେଉ କୂଳ ଲଂଘିଛି । କେବଳ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇଛି । ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଜିଲ୍ଲାରେ ପ୍ରବଳ ବର୍ଷା ହେବାରୁ କେତେକ ସ୍ଥାନରେ ଭୂସ୍ଖଳନ ସାଙ୍ଗକୁ ପାହାଡ଼ ଧସିଛି । ଗଜପତି, ମାଲକାନଗିରି ଜିଲ୍ଲାର କିଛି ସ୍ଥାନରେ ବଡ଼ ବଡ଼ ଗଛ ଉପୁଡ଼ି ପଡ଼ିଛି ।  ସ୍ଥଳଭାଗ ଛୁଇଁବା ପରେ ବାତ୍ୟା ଗତିପଥ ବଦଳିଯିବାରୁ ଏହାର ପ୍ରଭାବ ଓଡ଼ିଶା ଉପରେ ବିଶେଷ ପଡ଼ିନାହିଁ ।

 

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking