21.1 C
Bhubaneswar
Monday, December 22, 2025
Homeଓଡିଶାଶଙ୍କର ପରିଡାଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଶଙ୍କର ପରିଡାଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର: ବିଜେପି ନେତା ଶଙ୍କର ପରିଡାଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଶୋକ ପ୍ରକାଶ କରିଛନ୍ତି ।  କହିଛନ୍ତି,  ଓଡିଶା ରାଜନୀତି ଓ ସାହିତ୍ୟ ଜଗତ ପାଇଁ ଏକ ଅପୂରଣୀୟ କ୍ଷତି । ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ଗଭୀର ସମବେଦନା ଜଣାଉଛି । ମହାପ୍ରଭୁ ଶ୍ରୀ ଜଗନ୍ନାଥ ତାଙ୍କ ଅମର ଆତ୍ମାକୁ ଶାନ୍ତି ପ୍ରଦାନ କରନ୍ତୁ । ଅନ୍ୟପଟେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ କହିଛନ୍ତି, ସ୍ୱର୍ଗତଃ ପରିଡା ରାଜ୍ୟ ପଂଚାୟତ ନିର୍ବାଚିତ ପ୍ରତିନିଧି ସଂଘର ପୂର୍ବତନ ସଭାପତି ଥିଲେ । ତାଙ୍କ ବିୟୋଗରେ ରାଜନୈତିକ ଓ ସାମାଜିକ କ୍ଷେତ୍ରରେ ବିରାଟ ଶୂନ୍ୟସ୍ଥାନ ସୃଷ୍ଟି କରିଛି । ସ୍ୱର୍ଗତଃ ପରିଡାଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରିବା ସହ ଏଭଳି ଦୁଃଖଦ ସମୟରେ ଶୋକସନ୍ତପ ପରିବାରବର୍ଗ ଏବଂ ବନ୍ଧୁଜନଙ୍କୁ ଅସୀମ ଧୈର୍ଯ୍ୟ ପ୍ରଦାନ କରନ୍ତୁ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking