22.1 C
Bhubaneswar
Friday, February 6, 2026
Homeଓଡିଶାଜାତୀୟ ରାଜପଥ ନିର୍ମାଣ ପ୍ରକଳ୍ପର ସ୍ଥିତି ସମୀକ୍ଷା କଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ

ଜାତୀୟ ରାଜପଥ ନିର୍ମାଣ ପ୍ରକଳ୍ପର ସ୍ଥିତି ସମୀକ୍ଷା କଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ

ଭୁବନେଶ୍ୱର: ରାଜ୍ୟରେ ଚାଲିଥିବା ୧୬ଟି ଜାତୀୟ ରାଜପଥ ପ୍ରକଳ୍ପର ନିର୍ମାଣ ଅଗ୍ରଗତି ନେଇ ସ୍ଥିତି ସମୀକ୍ଷା କରିଛନ୍ତି ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନ I ଆଜି ସଂଧ୍ୟାରେ ଲୋକସେବା ଭବନ ସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ବୈଠକରେ ମନ୍ତ୍ରୀ ଶ୍ରୀ ହରିଚନ୍ଦନ ବିଭିନ୍ନ ଜାତୀୟ ରାଜପଥ ପ୍ରକଳ୍ପର ଟିକିନିକ ସ୍ଥିତି ଯାଞ୍ଚ କରିବା ସହ କାର୍ଯ୍ୟକୁ ତ୍ୱରିତ ବେଗରେ ଆଗେଇ ନେବା ନେଇ ବିଭିନ୍ନ ବିଭାଗର ଅଧିକାରୀ ମାନଙ୍କୁ ନିର୍ଦେଶ ଦେଇଥିଲେ I ପ୍ରକଳ୍ପ ଗୁଡ଼ିକ ଲାଗି ଆସୁଥିବା ସମସ୍ୟା ଯେପରିକି ଜମି ଅଧିଗ୍ରହଣ, ଜଙ୍ଗଲ ଜମି ଅନୁମୋଦନ ଏବଂ ପରିବେଶ ମଞ୍ଜୁରୀ ଆଦି କିଭଳି ଶୀଘ୍ର ଦୂର କରାଯାଇ ନିର୍ମାଣ କାର୍ଯ୍ୟକୁ ଆଗେଇ ନେଇହେବ ସେଥିନେଇ ପୂର୍ତ୍ତ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ସଞ୍ଜୟ କୁମାର ସିଂହଙ୍କ ସମେତ ଅନ୍ୟ ଅଧିକାରୀଙ୍କ ସହ ଆଲୋଚନା କରିଥିଲେ I ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ପୂର୍ତ୍ତ ବିଭାଗର ଇଆଇସି ତଥା ସ୍ୱତନ୍ତ୍ର ଶାସନ ସଚିବ ଲକ୍ଷ୍ମୀକାନ୍ତ ପାଢ଼ୀ, ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗର ସ୍ବତନ୍ତ୍ର ସଚିବ ଶ୍ରୀ ଲିଙ୍ଗରାଜ ଓତା,ରାଜସ୍ୱ ଓ ବିପର୍ଯ୍ୟୟ ପ୍ରଶମନ ବିଭାଗର ଅତିରିକ୍ତ ସଚିବ ଶ୍ରୀମତୀ ମଧୁସ୍ମିତା ସାହୁ, ଶ୍ରୀ ଦିଗନ୍ତ ରାଉତରାୟ, ଶ୍ରୀ ସୁରଞ୍ଜନ ପ୍ରଧାନ,ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣର ଆଞ୍ଚଳିକ ଅଧିକାରୀ ଶ୍ରୀ ବିରେନ୍ଦ୍ର ସିଂହ, ସଡ଼କ ପରିବହନ ଓ ରାଜମାର୍ଗ ମନ୍ତ୍ରଣାଳୟର ଆଞ୍ଚଳିକ ଅଧିକାରୀ ଶ୍ରୀ ସୁନିଲ କୁମାର ପ୍ରମୁଖ ଉପସ୍ଥିତ ଥିଲେ I

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking