25.1 C
Bhubaneswar
Thursday, March 19, 2026
Homeଓଡିଶାରତ୍ନଭଣ୍ଡାର ଭିତରେ ହେବ ଗଣତି ମଣତି, ଖୁବଶୀଘ୍ର ଆସିବ ଏସଓପି

ରତ୍ନଭଣ୍ଡାର ଭିତରେ ହେବ ଗଣତି ମଣତି, ଖୁବଶୀଘ୍ର ଆସିବ ଏସଓପି

ଭୁବନେଶ୍ବର: ରତ୍ନଭଣ୍ଡାର ଭିତରେ ହେବ ଗଣତି ମଣତି। ଏନେଇ ଖୁବ ଶୀଘ୍ର ଆସିବ ଏସଓପି। ଏନେଇ ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ସେ କହିଛନ୍ତି, ଶ୍ରୀକ୍ଷେତ୍ରର ବିକାଶ ପାଇଁ ସମୀକ୍ଷା ହୋଇଛି। କାମ ଆରମ୍ଭ ହୋଇଛି। ଆଗାମୀ ୧୧ ତାରିଖରେ ଶ୍ରୀମନ୍ଦିର ବିକାଶ ନେଇ ସମୀକ୍ଷା ବୈଠକ ହେବ। କାର୍ତ୍ତିକ ମାସ ପରେ ଧାଡ଼ି ଦର୍ଶନ ଓ ଗଣତି ମଣତି ହେବ। ଶୃଙ୍ଖଳିତ ଦର୍ଶନ ହେଲେ କୌଣସି ଅସୁବିଧା ହେବ ନାହିଁ।

ଭକ୍ତଙ୍କୁ ଅନୁରୋଧ ଦର୍ଶନ ସମୟରେ ତରବର ନହୋଇ ମନ୍ଦିର ପ୍ରଶାସନ ପକ୍ଷରୁ ଯାହା ବ୍ୟବସ୍ଥା ହୋଇଛି ସହଯୋଗ କରନ୍ତୁ। ଗତ ସେପ୍ଟେମ୍ବର ମାସରେ ସଂରକ୍ଷଣ ତଥା ମରାମତି ପରେ ନୂଆ ରୂପ ପାଇଥିବା ଶ୍ରୀମନ୍ଦିର ରତ୍ନଭଣ୍ଡାରକୁ ସମସ୍ତ ବହୁମୂଲ୍ୟ ଅଳଙ୍କାର ତଥା ସାମଗ୍ରୀ ସ୍ଥାୟୀ ଭାବରେ ନିଆଯାଇଥିଲା। ପୂର୍ବରୁ ଧାର୍ୟ୍ୟ ହୋଇଥିବା ଶୁଭବେଳା, ପୂର୍ବାହ୍‌ଣ ୧୦ଟା ୫୫ ମିନିଟରେ ଏହି କାର୍ୟ୍ୟ ଆରମ୍ଭ ହୋଇଥିବା ବେଳେ ଠିକ୍ ଅପରାହ୍‌ଣ ୨–ଟା ୫୫ ମିନିଟ୍ ସମୟରେ ଶେଷ ହୋଇଥିଲା କ୍ଷ ୪ ଘଣ୍ଟାରେ ସ୍ଥାନାନ୍ତର ପ୍ରକ୍ରିୟା ଶେଷ ହୋଇଥିଲା। ଏହା ପରେ ଶ୍ରୀମନ୍ଦିର ଶୋଧ ହୋଇ ସର୍ବସାଧାରଣଙ୍କ ପାଇଁ ଦର୍ଶନ ଆରମ୍ଭ ହୋଇଥିବା ସୂଚନା ଦେଇଥିଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢ଼ୀ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking