ଭୁବନେଶ୍ୱର: ଅମର ପଟ୍ଟନାୟକ ବିଜେପିରେ ସାମିଲ ହେବା ନେଇ ଚର୍ଚ୍ଚା ହେଉଛି । ବିଜେଡିର ପୂର୍ବତମ ରାଜ୍ୟସଭା ସାଂସଦ ଅମର ପଟ୍ଟନାୟକ ଆଜି ବିଜେଡି ଛାଡି ବିଜେପିରେ ହୋଇପାରନ୍ତି ସାମିଲ । ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଆୟୋଜିତ ହୋଇଛି ମିଶ୍ରଣ ପର୍ବ ରାଜ୍ୟ ସଭାପତି ଓ ପ୍ରଭାରୀଙ୍କ ଉପସ୍ଥିତିରେ ହୋଇପାରନ୍ତି ସାମିଲ । ତାଙ୍କ ସହ ନୂଆପଡାର କିଛି ବିଜେଡି ନେତା ବିଜେପିରେ ସାମିଲ ହେବା ନେଇ ଚର୍ଚ୍ଚା ହେଉଛି ।










