15.1 C
Bhubaneswar
Saturday, December 6, 2025
Homeଓଡିଶାଜମିବ ବାଲିଯାତ୍ରା: ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ

ଜମିବ ବାଲିଯାତ୍ରା: ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି କାର୍ତ୍ତିକପୂର୍ଣ୍ଣିମାରୁ ଆରମ୍ଭ ହେବ କଟକର ଐତିହାସିକ ବାଲିଯାତ୍ରା । ଅପରାହ୍ଣରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହାକୁ ଉଦ୍‌ଘାଟନ କରିବେ । ବାଲିଯାତ୍ରାକୁ ଏଥର ଆକର୍ଷଣୀୟ କରିବା ପାଇଁ ଶ୍ରେୟା ଘୋଷାଲ ଓ ହର୍ଷଦୀପ କୌର ସଂଗୀତ ପରିବେଷଣ କରିବାର କାର୍ଯ୍ୟକ୍ରମ ରହିଛି । ସେହିପରି ‘କଟକ ଇନ୍‌ କଟକ’ରେ ଓଡ଼ିଆ ଭାଷା, ସାହିତ୍ୟ ଥିମ୍‌ରେ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି । ଏଥର ପାଖାପଖି ୧୬୦୦ ଷ୍ଟଲ୍‌ ପଡ଼ିଛି । ଅନ୍ୟପକ୍ଷରେ ଭିଡ଼ ନିୟନ୍ତ୍ରଣ ପାଇଁ କମିସନରେଟ୍‌ ପୁଲିସ ପକ୍ଷରୁ ୫୦ ପ୍ଲାଟୁନ୍‌ ଫୋର୍ସ ଓ ୩୦୦ରୁ ଅଧିକ ଅଫିସର ମୁତୟନ ହେବେ ।  ବାଲିଯାତ୍ରାରେ ବିଶ୍ବ ରେକର୍ଡ କରିବା ପାଇଁ ପ୍ରଶାସନ ୩ଟି ପଦକ୍ଷେପ ନେଇଛି । ଶାଳପତ୍ରରେ ୧୦ହଜାର ଗ୍ରିନ୍‌ ବୋଟ୍‌ ତିଆରି କରାଯିବ । ‘କଟକ ଇନ୍‌ କଟକ’ ଭିତରେ ୧ଲକ୍ଷ ବହି ସଂଗ୍ରହ କରି ମାଗଣାରେ ବଣ୍ଟାଯିବ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking