28.1 C
Bhubaneswar
Thursday, March 5, 2026
Homeଓଡିଶାମେଡିସିନ୍ ୱାର୍ଡକୁ ସିଫ୍ଟ ହେଲେ ଅଭିଜିତ

ମେଡିସିନ୍ ୱାର୍ଡକୁ ସିଫ୍ଟ ହେଲେ ଅଭିଜିତ

ଭୁବନେଶ୍ୱର: ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ ମଜୁମଦାରଙ୍କ ସ୍ୱାସ୍ଥ୍ୟାବସ୍ଥାରେ ଉନ୍ନତି ପରିଲକ୍ଷିତ ହେଉଛି। ଭେଣ୍ଟିଲେଟରରୁ ମେଡିସିନ ୱାର୍ଡକୁ ସିଫ୍ଟ ହୋଇଛନ୍ତି ଅଭିଜିତ୍। ୨ ମାସରୁ ଅଧିକ ଦିନ ଧରି ଏମ୍ସରେ ଚାଲିଛି ଚିକିତ୍ସା। ଏକ ସ୍ୱତନ୍ତ୍ର ଡାକ୍ତରୀ ଦଳ ତାଙ୍କର ଚିକିତ୍ସା କରୁଛନ୍ତି। ସୂଚନାଯୋଗ୍ୟ, ଅଗଷ୍ଟ ୩୧ ତାରିଖରେ କଟକ ସିଡିଏ ସ୍ଥିତ ଏକ ଘରୋଇ ହସ୍ପିଟାଲରେ ତାଙ୍କୁ କଟକରେ ଭର୍ତ୍ତି କରାଯାଇଥିଲା। ପରେ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ଏମସକୁ ସ୍ଥାନାନ୍ତର କରାଯାଇଥିଲା। ଅନେକ ଦିନରୁ ଲିଭର ଜନିତ ରୋଗରେ ପୀଡ଼ିତ ହୋଇ ଚିକିତ୍ସିତ ହୋଇ ଆସୁଥିଲେ। ଗତ ଗଣେଶ ପୂଜା ଦିନ ହଠାତ୍ ଅସୁସ୍ଥ ହୋଇ ପଡ଼ିବାରୁ ତାଙ୍କୁ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେବେଠାରୁ ସେ କୋମାରେ ରହିଛନ୍ତି। ଏହାପରେ ଗତ ସେପ୍ଟେମ୍ବର ୪ ତାରିଖରେ ଅଭିଜିତ ମଜୁମଦାରଙ୍କୁ ଭୁବନେଶ୍ବର ଏମ୍ସକୁ ଅଣାଯାଇଥିଲା। ସେଠାରେ ତାଙ୍କର ଚିକିତ୍ସା ଜାରି ରହିଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking