20.1 C
Bhubaneswar
Saturday, December 6, 2025
Homeଓଡିଶାପୋଲିସ ସବ୍-ଇନ୍‌ସ୍ପେକ୍ଟର ନିଯୁକ୍ତି ପରୀକ୍ଷା ଦୁର୍ନୀତିର ଅନୁସନ୍ଧାନ କରିବ ସିବିଆଇ

ପୋଲିସ ସବ୍-ଇନ୍‌ସ୍ପେକ୍ଟର ନିଯୁକ୍ତି ପରୀକ୍ଷା ଦୁର୍ନୀତିର ଅନୁସନ୍ଧାନ କରିବ ସିବିଆଇ

ଭୁବନେଶ୍ୱର: ଓଡିଶା ପୋଲିସ ସବ୍-ଇନ୍‌ସ୍ପେକ୍ଟର ନିଯୁକ୍ତି ପରୀକ୍ଷାର ତଦନ୍ତ କେନ୍ଦ୍ରୀୟ ଅନୁସନ୍ଧାନ ସଂସ୍ଥା ସିବିଆଇ ଦ୍ୱାରା କରାଯିବ। ଏଥିପାଇଁ କେନ୍ଦ୍ର ସରକାର ଆବଶ୍ୟକ ଅନୁମୋଦନ ଦେଇଛନ୍ତି। ସୂଚନାଯୋଗ୍ୟ ଯେ, ପୋଲିସ ସବ୍-ଇନ୍‌ସ୍ପେକ୍ଟର ନିଯୁକ୍ତି ପରୀକ୍ଷାରେ ବ୍ୟାପକ ଅନିୟମିତତା ଓ ଦୁର୍ନୀତି ଅଭିଯୋଗ ହେବା ପରେ ରାଜ୍ୟ ସରକାରଙ୍କ କ୍ରାଇମ ବ୍ରାଞ୍ଚ ବିଭାଗ ପକ୍ଷରୁ ଏହାର ତଦନ୍ତ କରାଯାଉଥିଲା। ତେବେ ଏହି ତଦନ୍ତରୁ ଦୁର୍ନୀତିର ଚେର ଆନ୍ଧ୍ର ପ୍ରଦେଶ, ପଶ୍ଚିମ ବଙ୍ଗ ସହିତ ଅନ୍ୟାନ୍ୟ ରାଜ୍ୟକୁ ମଧ୍ୟ ବ୍ୟାପୀ ଥିବାର ସନ୍ଦେହ କରାଯାଉଛି। ଏଥିରେ ଆନ୍ତରାଜ୍ୟ ସଂଗଠିତ କ୍ରିମିନାଲ ଗ୍ୟାଙ୍ଗର ସଂପୃକ୍ତି ଥିବାର ସନ୍ଦେହ ମଧ୍ୟ ରହିଛି। ତେଣୁ ଏହାର ଉପଯୁକ୍ତ ବିସ୍ତୃତ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏହାର ସିବିଆଇ ତଦନ୍ତ ପାଇଁ କେନ୍ଦ୍ର ସରକାରଙ୍କୁ ସୁପାରିଶ କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧକୁ ଗ୍ରହଣ କରି କେନ୍ଦ୍ର ସରକାର ଏହାର ସିବିଆଇ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଏହି ଘଟଣାରେ ଦୁର୍ନୀତି ପାଇଁ ହୋଇଥିବା ଉଦ୍ୟମ, ପ୍ରୋତ୍ସାହନ ଓ ଷଡଯନ୍ତ୍ର ସମ୍ପର୍କରେ ସିବିଆଇ ତଦନ୍ତ କରିବ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking