କ୍ୟାଲେଣ୍ଡର ବଦଳିଗଲା ବୋଲି ଯେ ଜୀବନ ବଦଳିଗଲା ତା ନୂହେଁ..ଜୀବନ ସେବେ ବଦଳିବ, ଯେଉଁ ଦିନ ତମ ଖୁସି ଅନ୍ୟ ମୁହଁରେ ହସ ଦବ ।
ଅନ୍ୟର ସ୍ଵରକୁ କମ୍ କରିବା ପାଇଁ ନିଜ ସ୍ଵର ଉଚ୍ଚ କରି ନିଜର ଶକ୍ତି ନଷ୍ଟ କରିବା ବଦଳରେ ନିଜ ସ୍ଥାନ ଉଚ୍ଚ କରିବା ଉଚିତ୍, ଯାହାକୁ ଦେଖି ଅନ୍ୟ ମାନଙ୍କର ସ୍ଵର ଆପେ ଆପେ ଶାନ୍ତ ହୋଇଯିବ ।
ସମୟ ଏକ ଅଫେରା ବାଟୋଇ ପରି.. ଚାଲିଯାଏ ସିନା ସମୟ ରଖି ଯାଇଥାଏ ସ୍ମୃତି, ସେଇ ସ୍ମୃତି ଦେଇଥାଏ କେତେବେଳେ ଖୁସି ତ ଆଉ କେତେବେଳେ ଦୁଃଖ..ସମୟ ଏକ ଅଫେରା ବାଟୋଇ ପରି..କେତେ ବେଳେ ଦିଏ ଭାଙ୍ଗି ମନେ ପଡୁଥାଏ ସେଇ ସମୟର କଥା ଆସନ୍ତା କି ଆଉ ଥରେ ଫେରି ସମୟ ଏକ ଅଫେରା ବାଟୋଇ ପରି ।
ଜୀବନରେ କୁହୁଡି ଦେଖି କେବେ ଭୟ କରନାହିଁ କାରଣ କୁହୁଡି ଭିତରେ କିଛି ଦେଖାଯାଏ ନାହିଁ ସତ ତଥାପି ତୁମେ ଆଗକୁ ବଢ କାରଣ ତୁମେ ଯେତେ ଆଗକୁ ବଢୁଥିବ ରାସ୍ତା ସେତେ ବାଟ ଦେଖା ଯାଉଥିବ ।
Adjustment ସେତିକି ଗୁରୁତ୍ୱପୂର୍ଣ୍ଣ ନୁହେଁ ଜୀବନରେ Understanding ହିଁ ବେଶି ଗୁରୁତ୍ୱପୂର୍ଣ୍ଣ ଜୀବନରେ –।
ଜୀବନରେ ସବୁବେଳେ ଶାନ୍ତ ରହିବାକୁ ଚେଷ୍ଟା କରନ୍ତୁ ଯାହା ଆପଣଙ୍କୁ ବହୁତ ମଜବୁତ୍ କରିବ . କାହିଁକିନା ଲୁହା ଥଣ୍ଡାରେ ହିଁ ମଜବୁତ୍ ଥାଏ ଆଉ ତାକୁ ଗରମ ଅବସ୍ଥାରେ ଯେପରି ଚାହିଁବେ ସେପରି ଆକାର ଦେଇ ପାରିବେ !!”
ନକାରାତ୍ମକ ପରିସ୍ଥିତିରେ ଥାଇ ମଧ୍ୟ ସର୍ବଦା ସକାରାତ୍ମକ ଚିନ୍ତା କରନ୍ତୁ, କାହିଁକିନା ଆପଣଙ୍କର ସକରାତ୍ମକ ଚିନ୍ତାଧାରା ଦ୍ବାରା ହିଁ ସମସ୍ତ ସମସ୍ୟାର ସମାଧାନ ହୋଇପାରିବ !!”
ଉଦ୍ଦେଶ୍ଯ ଯଦି ମହତ ହୋଇଥାଏ ତେବେ ତା ତୁଳନାରେ ବ୍ୟକ୍ତିଗତ ସ୍ବାର୍ଥ ଅତି ତୁଚ୍ଛ ଓ ନଗଣ୍ୟ . କାହିଁକିନା ଆକାଶ ଯେତେ ଉଚ୍ଚ ହୋଇଥାଏ ତାର ସ୍ବଚ୍ଛତା ଓ ଶୁଦ୍ଧତା ସେତେ ଅଧିକ ହୋଇଥାଏ !!”
ପ୍ରକୃତରେ ଯେଉଁମାନେ କଷ୍ଟ କଣ ବୁଝିପାରନ୍ତି ସେମାନେ କେବେବି ଆଉ କାହାର କଷ୍ଟର କାରଣ ହୁଅନ୍ତି ନାହିଁ !!
-ସୁଗୁଣର ଅଭିବୃଦ୍ଧି କରି ଦୁର୍ଗୁଣକୁ ବାହାର କରିବା ପାଇଁ ନିରନ୍ତର ଯତ୍ନବାନ ହେବା ହିଁ ସାଧକର ଲକ୍ଷଣ ଅଟେ l ସାଧକ ପ୍ରତିକ୍ଷଣ ସଜାଗ ରହି ଆତ୍ମ ନିରିକ୍ଷଣ କରିବା ଆବଶ୍ୟକ l
ଅଦ୍ୟ ନଭେମ୍ବର ମାସ ୧୪ ତାରିଖ ୨୦୨୫ ମସିହା (ଶୁକ୍ରବାର)
ଶକାବ୍ଦ -୧୯୪୭
ସମ୍ବତ -୨୦୮୨
ଦିଲ୍ଲୀସ୍ୱରାଦ୍ଧ-୧୪୩୩
ସମ୍ବତ୍ସର-ସିଦ୍ଧାର୍ଥ
ମାର୍ଗଶୀର ମାସ- କୃଷ୍ଣ
ତିଥି-ଦଶମୀ ରାତ୍ରି ଘ୧୨/୪୭ ଗତେ ଏକାଦଶୀ
ନକ୍ଷତ୍ର-ପୂର୍ବା ଫା ରାତ୍ରି ଘ୧୦/୦୪ ଗତେ ଉତ୍ତରା ଫା
ଚନ୍ଦ୍ର- ସିଂହ ରାତ୍ରି ଘ୦୪/୩୦ ଗତେ କନ୍ୟା
ଯୋଗ- ଇନ୍ଦ୍ର
କରଣ – ବାଣିଜ୍ୟ
ସୌରମାସ- ତୁଳା ୨୯ ଦିନ
✧═════•❁❀❁•════✧
ସୁର୍ୟୋଦୟ-ପ୍ରାତଃ ଘ୦୬/୦୦/୦୫
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୦୫/୧୨
*✧═════•❁❀
ଯୋଗିନୀ ଉତ୍ତରେ ରାତ୍ରି ଘ୧୨/୪୬ ଗତେ ଅଗ୍ନିକୋଣେ
କର୍କଟ ଓ ମକର ରାଶିର ଘାତଚନ୍ଦ୍ର
ବିଛା,ଧନୁ ଓ ମୀନ ରାଶିର ଘାତବାର
ଦଶମୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ
ମୃତେ ରାତ୍ରି ଘ୧୦/୦୪ ଗତେ ଏକ ପାଦ ପୁଷ୍କର ଦୋଷ
✧═════•❁❀❁•═══
କାଳବେଳା ଓ ବାରବେଳା- ଦିବା ଘ୦୮/୫୫ ଗତେ ଘ୧୧/୪୭ ମଧ୍ୟେ
*══•❁❀❁•═
ବିଶୁଦ୍ଧ ଅମୃତ ବେଳା- ଦିବା ଘ୦୬/୪୭ ମଧ୍ୟେ ଓ ଘ୦୭/୩୫ ଗତେ ଘ୦୮/୫୪ ମଧ୍ୟେ ଓ ଘ୧୨/୨୧ ଗତେ ଘ୦୩/୩୫ ମଧ୍ୟେ ଓ ଘ୦୪/୨୨ ଗତେ ଘ୦୫/୫୫ ମଧ୍ୟେ
ବିଶୁଦ୍ଧ ମାହେନ୍ଦ୍ର ବେଳ।- ନାସ୍ତି
═✧══•❁❀❁•═*════✧
ଅଦ୍ୟ କଳମ ଶାଗ ଭକ୍ଷଣ ନିଷେଧ
ଆଜିର ରାଶିଫଳ
ମେଷ
ଆଜି ଦିନଟି ନିଜର କ୍ୟାରିୟର ସୁଧାର ପାଇଁ ଭଲ ହେବ। କୌଣସି ଅନୁବନ୍ଧ ପାଇଁ ଭଲ ସୁଯୋଗ ମିଳିବ। ପାରିବାରିକ କାର୍ଯ୍ୟରେ ପରିବାରର ସବୁ ସଦସ୍ୟଙ୍କ ସହଯୋଗ ପାଇବେ। ପ୍ରେମରେ ସଫଳତା ମିଳିବ।
✧═════•❁❀❁•═════
ବୃଷ:
ଆଜି ଆପଣଙ୍କ ଭାବନା ରଚନାତ୍ମକ ରହିବ। ସମ୍ମାନିତ ଲୋକଙ୍କ ଠାରୁ ସମ୍ମାନ ପାଇବେ। ବ୍ୟବସାୟରୁ ସହକର୍ମୀଙ୍କ ମାଧ୍ୟମରେ ଲାଭ ପାଇବେ। ମହିଳାମାନେ ଜରୁରୀ ଜିନିଷପତ୍ର କିଣିବାରେ ବ୍ୟସ୍ତ ରହି ପରନ୍ତି।
═════•❁❀❁•═════
ମିଥୁନ:
ଆଜି ନିଜର ନୂଆ ବିଚାର ଆର୍ଥିକ ଉନ୍ନତି ଲାଗି ଲାଭଦାୟକ ରହିବ। ବ୍ୟବସାୟରେ ଜୀବନସାଥୀଙ୍କ ସହଯୋଗ ମିଳିବ। ଅଫିସରେ କୌଣସି ଖୁସି ଖବର ମିଳିବ। ପ୍ରେମ ବ୍ୟାପାର ଲାଗି ଦିନଟି ଭଲ।
✧═════•❁❀❁•═════
କର୍କଟ
ଆଜି ଦିନଟି ଆପଣଙ୍କ ଲାଗି ଅନୁକୂଳ। ସାହସିକ ଫଇସଲାରେ ସଫଳତା ମିଳିବ। ଜୀବନସାଥୀଙ୍କ ସହିତ ଉତ୍ତମ ସମ୍ବନ୍ଧ ବଜାୟ ରହିବ। ଛାତ୍ରଙ୍କ କ୍ୟାରିୟରରେ ନୂଆ ମୋଡ଼ ଆସିପାରେ।
✧═════•❁❀❁•═════
ସି˚ହ
ଆଜି ଆପଣ କୌଣସି ନିଷ୍ପତି ତରବରିଆ ଭାବେ କଲେ କ୍ଷତିରେ ପଡିପାରନ୍ତି। ସନ୍ତାନଙ୍କ ପକ୍ଷରୁ ଭଲ ଖବର ପାଇବେ। ପରିବାରରେ ଏକତା ଓ ସୁଖ ବୃଦ୍ଧି ହେବ। ବନ୍ଧୁଙ୍କ ସହିତ ଭ୍ରମଣରେ ଯିବା ପାଇଁ ଯୋଜନା କରିବେ।
═════•❁❀❁•═════
କନ୍ୟା:
ଆଜି ଦିନଟି ଆପଣଙ୍କ ଲାଗି ଠିକ୍ଠାକ୍ ରହିବ। ସାମାଜିକ ଓ ରାଜନୈତିକ କାର୍ଯ୍ୟରେ ସମୟ କଟିବ। ମିତ୍ରଙ୍କର ପୂରା ସହଯୋଗ ପାଇବେ। ହଠାତ୍ ଧନପ୍ରାପ୍ତି ଯୋଗ ରହିଛି। ପାରିବାରିକ ଜୀବନ ସୁଖମୟ ହେବ।
✧═════•❁❀❁•═════
ତୁଳା:
ଆଜି ଦିନଟି ଆପଣଙ୍କ ପାଇଁ ସବୁ ଦୃଷ୍ଟିରୁ ଭଲରହିବ । ଖୁବ୍ ମଜା କରିବେ ଓ ଖୁସି ରହିବେ। ପ୍ରିୟବନ୍ଧୁଙ୍କ ସହିତ ସମ୍ବନ୍ଧ ମଧୁର ହେବ। ଅଫିସରେ ଆପଣଙ୍କର କର୍ତ୍ତୃତ୍ବ ବଜାୟ ରହିବ। ବ୍ୟବସାୟୀଙ୍କୁ ଅଚାନକ ଧନଲାଭ ସୁଯୋଗ ମିଳିବ।
✧═════•❁❀❁•═════
ବିଛା:
କୌଣସି ରଚନାତ୍ମକ କାମରେ ଆଜି ଆପଣଙ୍କର ନାମ ଚର୍ଚ୍ଚା ରେ ରହିବ। ବ୍ୟବସାୟରେ ନୂଆ କୌଶଳ ପ୍ରୟୋଗ କରିବେ ଯାହା ଦ୍ବାରା ଭବିଷ୍ୟତରେ ଲାଭ ମିଳିବ। ପରିବାର ଲୋକେ ଆପଣଙ୍କ ଉପରେ ବହୁତ ଭରସା କରିବେ।
✧═════•❁❀❁•═════
ଧନୁ:
ଆପଣ ଅନ୍ୟମାନଙ୍କ ଭାବନା ପ୍ରତି ଆଜି ବିଶେଷ ଯତ୍ନବାନ ରହିପାରନ୍ତି। ଧର୍ମ ସମ୍ବନ୍ଧିତ ପୁସ୍ତକ ପଢ଼ିବାରେ ରୁଚି ବଢ଼ିବ। ସ୍ଥଗିତ ଥିବା କାର୍ଯ୍ୟ କୌଣସି ବନ୍ଧୁଙ୍କ ଦ୍ବାରା ପୂରା ହେବ। ସ୍ବାସ୍ଥ୍ୟ ପ୍ରତି ସଚେତ ରହନ୍ତୁ।
✧═════•❁❀❁•═════
ମକର:
ଆପଣ ନିଜ କାମରେ ଆଜି ପ୍ରଶ˚ସା ଓ ପୁରସ୍କାର ପାରନ୍ତି ।ବାଣିଜ୍ୟ କରବାର ବୃଦ୍ଧି ଲାଗି ଦିନଟି ବିଶେଷ ଶୁଭ। ଧନ ସ˚ପତ୍ତି ବୃଦ୍ଧି ହେବ। ରାଜନୀତିରେ ଆଧିପତ୍ୟ ବଢ଼ିବ। ପରିବାର ସହିତ ହସଖୁସିରେ ସମୟ କଟିବ।
═════•❁❀❁•═════
କୁମ୍ଭ:
ଆଜି ଇଷ୍ଟଦେବୀ ଙ୍କ ଆରାଧନାରେ ମନରେ ସକାରାତ୍ମକ ଶକ୍ତି ସ˚ଚାର ହେବ। ପ୍ରସ୍ତୁତ କରିଥିବା ଯୋଜନା ଅନୁସାରେ କାମ କରିବେ। ଅଫିସରେ ସହକର୍ମୀଙ୍କ ସହଯୋଗ ମିଳିବ। ଦାମ୍ପତ୍ୟ ଜୀବନରେ ମଧୁରତା ବଢ଼ିବ।
✧═════•❁❀❁•═════
ମୀନ:
ଦିନଟି ଆପଣଙ୍କୁ ଆଜି ଶୁଭାଶୁଭ ମିଶ୍ରିତ ଫଳ ପ୍ରଦାନ କରିବ। ବଡ଼ ବ୍ୟବସାୟ ଲାଗି କୌଣସି ବ୍ୟକ୍ତିସହ ଚୁକ୍ତି କରିପାରନ୍ତି। ଭାବିଚିନ୍ତି ଖର୍ଚ୍ଚ ନକଲେ ଅସୁବିଧାରେ ପଡ଼ିପାରନ୍ତି। କୋର୍ଟ କଚେରି ମାମଲାରେ ଚିନ୍ତା ବଢ଼ି ପାରେ










