ନୂଆପଡା: ନୂଆପଡାରେ ବିଜେପିର ଅଦ୍ଭୁତପୂର୍ବ ସଫଳତା । କଂଗ୍ରେସ ଓ ବିଜେଡିକୁ ବହୁ ପଛରେ ପକାଇଲା ବିଜେପି । ୨୨ ରାଉଣ୍ଡ ସୁଦ୍ଧା ୭୩ ହଜାର ୧୩୯ ଭୋଟରେ ବିଜେପି ଆଗୁଆ ରହିଛି । ୨୨ ରାଉଣ୍ଡ ସୁଦ୍ଧା ଜୟ ଢୋଲକିଆଙ୍କୁ ୧, ୦୮,୨୪୦ ଭୋଟ ମିଳିଛି । ଦ୍ୱିତୀୟ ସ୍ଥାନରେ ଘାସିରାମ ମାଝିଙ୍କୁ ୩୫, ୧୦୧ ଭୋଟ ମିଳିଛି । ତୃତୀୟ ସ୍ଥାନରେ ସ୍ନେହାଙ୍ଗିନୀ ଛୁରିଆଙ୍କୁ ୩୩, ୦୮୮ ଭୋଟ ମିଳିଛି । ନୂଆପଡା ଉପନିର୍ବାଚନ ପାଇଁ ହୋଇଥିବା ମତଦାନର ଗଣତି ଜାରି ରହିଛି ।ଷ୍ଟ୍ରଙ୍ଗ ରୁମରେ ସିଲ ହୋଇଥିବା ଇଭିଏମ ଖୋଲାଯାଇଛି । ଏକାସାଙ୍ଗେ ପୋଷ୍ଟାଲ ବାଲାଟ ଓ ଇଭିଏମ ଗଣତି ଚାଲିଛି । ପ୍ରଥମ ରାଉଣ୍ଡର ଗଣତି ସରିଛି । ଶୁକ୍ରବାର ସକାଳ ୮ଟାରୁ ଭୋଟ ଗଣତି ଆରମ୍ଭ ହୋଇଛି । ଏବଂ ଭୋଟ ଗଣତି ଶେଷ ହେଲା ପରେ ଫଳାଫଳ ପ୍ରକାଶ ପାଇବ । ଏନେଇ ପ୍ରଶାସନ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । ୩୫୮ଟି ବୁଥରେ ମତ ଗଣତି ହେବ । ଏଥିପାଇଁ ୧୪ଟି ଟେବୁଲ କରାଯାଇଛି । ୨୬ ରାଉଣ୍ଡରେ ଭୋଟ ଗଣତି ହେବ ।










