ନୂଆପଡା: ନୂଆପଡାରେ ରେକର୍ଡ ବିଜୟ ପଥେ ବିଜେପି ପ୍ରାର୍ଥୀ ଜୟ ଢୋଲକିଆ । ୨୬ ରାଉଣ୍ଡ ସୁଦ୍ଧା ୮୨ ହଜାର ୯୧୧ ଭୋଟରେ ବିଜେପି ଆଗୁଆ ରହିଛି । ୨୬ ରାଉଣ୍ଡ ସୁଦ୍ଧା ଜୟ ଢୋଲକିଆଙ୍କୁ ୧,୨୨, ୮୯୮ ଭୋଟ ମିଳିଛି । ଦ୍ୱିତୀୟ ସ୍ଥାନରେ ଘାସିରାମ ମାଝୀଙ୍କୁ ୩୯, ୯୮୭ ଭୋଟ ମିଳିଛି । ତୃତୀୟ ସ୍ଥାନରେ ସ୍ନେହାଙ୍ଗିନୀ ଛୁରିଆଙ୍କୁ ୩୮, ୦୧୧ ଭୋଟ ମିଳିଛି । ନୂଆପଡାରେ ବିଜେପିର ଅଦ୍ଭୁତପୂର୍ବ ସଫଳତା । କଂଗ୍ରେସ ଓ ବିଜେଡିକୁ ବହୁ ପଛରେ ପଛରେ ବିଜେପି । ଘାସିରାମ ଓ ସ୍ନେହାଙ୍ଗିନୀଙ୍କ ମୋଟ ଭୋଟଠୁ ବି ଜୟଙ୍କୁ ବହୁ ଅଧିକ ଭୋଟ ମିଳିଛି । ନୂଆପଡା ଉପନିର୍ବାଚନ ପାଇଁ ହୋଇଥିବା ମତଦାନର ଗଣତି ଜାରି ରହିଛି ।ଷ୍ଟ୍ରଙ୍ଗ ରୁମରେ ସିଲ ହୋଇଥିବା ଇଭିଏମ ଖୋଲାଯାଇଛି । ଏକାସାଙ୍ଗେ ପୋଷ୍ଟାଲ ବାଲାଟ ଓ ଇଭିଏମ ଗଣତି ଚାଲିଛି । ପ୍ରଥମ ରାଉଣ୍ଡର ଗଣତି ସରିଛି । ଶୁକ୍ରବାର ସକାଳ ୮ଟାରୁ ଭୋଟ ଗଣତି ଆରମ୍ଭ ହୋଇଛି । ଏବଂ ଭୋଟ ଗଣତି ଶେଷ ହେଲା ପରେ ଫଳାଫଳ ପ୍ରକାଶ ପାଇବ । ଏନେଇ ପ୍ରଶାସନ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । ୩୫୮ଟି ବୁଥରେ ମତ ଗଣତି ହେବ । ଏଥିପାଇଁ ୧୪ଟି ଟେବୁଲ କରାଯାଇଛି । ୨୬ ରାଉଣ୍ଡରେ ଭୋଟ ଗଣତି ହେବ ।










