14.1 C
Bhubaneswar
Monday, December 8, 2025
Homeଓଡିଶାଶ୍ରୀଜୀଉଙ୍କ ପଇତାଲାଗି ନୀତି: ଆଜି ୫ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

ଶ୍ରୀଜୀଉଙ୍କ ପଇତାଲାଗି ନୀତି: ଆଜି ୫ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

ପୁରୀ:  ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତାଲାଗି ନୀତି  ଅନୁଷ୍ଠିତ ହେବ ।  ୫ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ । ମଧ୍ୟାନ୍ନଧୂପ ବଢି ଦ୍ୱିତୀୟ ଭୋଗମଣ୍ଡପ ଉଠିବା ପରେ ଦଇତାପତିମାନେ ଗର୍ଭଗୃହକୁ ପ୍ରବେଶ କରି ଏହି ଗୁପ୍ତ ନିତିକୁ ନିଷ୍ଠାର ସହ ସମ୍ପର୍ଣ୍ଣ କରିବେ ।ମହାପ୍ରଭୁଙ୍କ ଶ୍ରୀଅଙ୍ଗ ସୁରକ୍ଷା ପାଇଁ ଏହି ନୀତି ଅନୁଷ୍ଠିତ ହୋଇଥାଏ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଆଗୁଆ ସୂଚନା ଦିଆଯାଇଛି । ଏଥିପାଇଁ ପ୍ରାୟ ଅପରାହ୍ନ ୫ଟାରୁ ରାତି ୧୦ ଟା ପର୍ଯ୍ୟନ୍ତ ସର୍ବ ସାଧାରଣ ଦର୍ଶନ ବନ୍ଦ ରହିଛି । ଏନେଇ  ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଗତକାଲି ଠାରୁ  ସୂଚନା ଦିଆଯାଇଛି । ଏହା ଏକ ଗୁପ୍ତ ନିତି ହୋଇଥିବାରୁ ଶ୍ରୀମନ୍ଦିରର ଜୟବିଜୟ ଦ୍ୱାର ବନ୍ଦ ରହିବ । ଦ୍ୱିପ୍ରହର ଧୁପ ସରିବା ପରେ ଦଇତାପତି ସେବକମାନେ ମହାପ୍ରଭୁଙ୍କୁ ପଇତା ଲାଗି ଅନୁଷ୍ଠିତ କରିବେ ।

 

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking