26.1 C
Bhubaneswar
Sunday, December 7, 2025
Homeଓଡିଶାଖେଳନା ଖାଇ ଶିଶୁ ମୃତ

ଖେଳନା ଖାଇ ଶିଶୁ ମୃତ

କନ୍ଧମାଳ: ଚିପ୍ସ ପ୍ୟାକେଟ ଭିତରେ ଥିବା ପ୍ଲାଷ୍ଟିକ ଖେଳନା ଗିଳି ୪ ବର୍ଷଙ୍କ ଶିଶୁଙ୍କ ଅକାଳରେ ଜୀବନ ଚାଲିଯାଇଛି । ମୃତ ଶିଶୁ ହେଲେ କନ୍ଧମାଳ ଜିଲ୍ଲା ବ୍ରାହ୍ମଣୀଗାଁ ଥାନା ତାଜୁଙ୍ଗିଆ ପଞ୍ଚାୟତ ଶିକରାମାହା ଗ୍ରାମ ନିକଟ ମୁସୁହା ପଡାର ରଞ୍ଜିତ ପ୍ରଧାନଙ୍କ ୪ ବର୍ଷର ଶିଶୁ ବିଗିଲ ପ୍ରଧାନ ।ବିଗିଲ ଉକ୍ତ ଚିପ୍ସ ପ୍ୟାକେଟରେ ଥିବା ଏକ ବନ୍ଧୁକ ଖେଳନାକୁ ଖେଳୁଥିବାବେଳେ ଅସାବଧାନତାରେ ଗିଳିଦେଇଥିଲେ ଓ ତାହା ତାଙ୍କ ତଣ୍ଟିରେ ଅଟକିଯାଇଥିଲା ଏବଂ ସେ ନିଶ୍ୱାସ ପ୍ରଶ୍ୱାସ ନେବା ମୁସ୍କିଲ ହୋଇପଡ଼ିଥିଲା। ତାଙ୍କ ବାପା ଓ ମା’ ଅଟକିଯାଇଥିବା ଖେଳନାକୁ ବାହାର କରିବାକୁ ଉଦ୍ୟମ କରି ଶେଷରେ ଦାରିଙ୍ଗବାଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଗୁରୁତର ଅବସ୍ଥାରେ ଚିକିତ୍ସା ପାଇଁ ଆଣିଥିଲେ। ସେଠାରେ ତାଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking