15.1 C
Bhubaneswar
Saturday, December 6, 2025
Homeଓଡିଶାଦୁଇଦିନିଆ ଦିଲ୍ଲୀ ଗସ୍ତରେ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର

ଦୁଇଦିନିଆ ଦିଲ୍ଲୀ ଗସ୍ତରେ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର

ଭୁବନେଶ୍ୱର: ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ଦୁଇ ଦିନିଆ ଦିଲ୍ଲୀ ଗସ୍ତ କରିଛନ୍ତି । ସେଠାରେ କେନ୍ଦ୍ର ଖାଉଟି ବ୍ୟାପାର, ଖାଦ୍ୟ ଯୋଗାଣ ଓ ସାଧାରଣ ବଣ୍ଟନ, ନୂତନ ଓ ଅକ୍ଷୟ ଶକ୍ତି ବିଭାଗ ମନ୍ତ୍ରୀ ଶ୍ରୀ ପ୍ରହଲାଦ ଯୋଶୀଙ୍କୁ ସାକ୍ଷାତ କରିଛନ୍ତି । ଶ୍ରୀ ପାତ୍ର କେନ୍ଦ୍ର ମନ୍ତ୍ରୀଙ୍କୁ ସାକ୍ଷାତ କରିବା ଅବସରରେ ରାଜ୍ୟର ଧାନ ସଂଗ୍ରହ ଧାର୍ଯ୍ୟ ଲକ୍ଷ୍ୟ ବୃଦ୍ଧି ଦାବିକୁ ବିଚାର କରିବାକୁ କହିଥିଲେ । ଏଥିସହ ରାଜ୍ୟରୁ ଚାଉଳ ଉଠାଣରେ ଭାରତୀୟ ଖାଦ୍ୟ ନିଗମ ତ୍ୱରିତ ପଦକ୍ଷେପ ଗ୍ରହଣ କରିବାକୁ ମଧ୍ୟ ଶ୍ରୀ ପାତ୍ର କେନ୍ଦ୍ର ମନ୍ତ୍ରୀଙ୍କ ନିକଟରେ ଦାବି କରିଥିଲେ । ନିର୍ଦ୍ଧିଷ୍ଟ ସମୟ ସୀମା ମଧ୍ୟରେ ରାଜ୍ୟରୁ ପ୍ରାୟ ସାଢେ ୭ ଲକ୍ଷ ମେଟ୍ରିକ ଟନ ଚାଉଳ ଉଠାଣ ପାଇଁ ଭାରତୀୟ ଖାଦ୍ୟ ନିଗମକୁ ପରାମର୍ଶ ଦେବାକୁ ମନ୍ତ୍ରୀ ଦାବି ଜଣାଇଥିଲେ । ସେହିଭଳି ଚାଉଳ ଓ ଧାନ ସଂଗ୍ରହ ବାବଦକୁ ଥିବା ରାଜ୍ୟର ବକେୟା ଅର୍ଥ ପ୍ରାୟ ୮ ହଜାର କୋଟି ଟଙ୍କା ପ୍ରଦାନ କରିବା ଦିଗରେ ବିହିତ ପଦକ୍ଷେପ ଗ୍ରହଣ କରିବାକୁ ମଧ୍ୟ ସେ କେନ୍ଦ୍ରମନ୍ତ୍ରୀଙ୍କ ନିକଟରେ ଦାବି ଉପସ୍ଥାପନ କରିଥିଲେ । ଶ୍ରୀ ଯୋଶୀ ଏହାକୁ ବିଚାରକୁ ସମସ୍ତ ସହଯୋଗ ଯୋଗାଇ ଦେବାକୁ ମଧ୍ୟ ପ୍ରତିଶ୍ରୁତି ଦେଇଥିଲେ । ଏତଦବ୍ୟତୀତ ଶ୍ରୀ ପାତ୍ର କେନ୍ଦ୍ର ମନ୍ତ୍ରୀଙ୍କ ସହ ରାଜ୍ୟ ସ୍ୱାର୍ଥ ସମ୍ବଳିତ ବିଭିନ୍ନ ପ୍ରସଙ୍ଗ ଉପରେ ମଧ୍ୟ ଆଲୋଚନା କରିଛନ୍ତି । ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ରଙ୍କ ଏହି ଦିଲ୍ଲୀ ଗସ୍ତରେ ବିଭିନ୍ନ ବରିଷ୍ଠ ଅଧିକାରୀଙ୍କୁ ମଧ୍ୟ ସାକ୍ଷାତ କରିବା ସହ ଓଡ଼ିଶାର ବିଭିନ୍ନ ଦାବି ସମ୍ପର୍କରେ ଉପସ୍ଥାପନ କରିଥିଲେ । ଏହି ଗସ୍ତ ଅବସରରେ ଓଡିଶା ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ପ୍ରମୁଖ ଶାସନ ସଚିବ ଶ୍ରୀ ସଞ୍ଜୟ କୁମାର ସିଂ ଓ ବରିଷ୍ଠ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking