ଭୁବନେଶ୍ୱର: ଓଲିଉଡ କଣ୍ଠଶିଳ୍ପୀ ହ୍ୟୁମାନ ସାଗର ମୃତ୍ୟୁ ଘଟଣାରେ ୨ ମ୍ୟାନେଜରଙ୍କ ନାଁରେ ବଲାଙ୍ଗୀର ଟାଉନ ଥାନାରେ ଏତଲା ଦିଆଯାଇଛି। ମ୍ୟାନେଜର ଦିନେଶ ବେହେରା ଓ ପ୍ରଶାନ୍ତ ବେହେରାଙ୍କ ନାଁରେ ଏତଲା ହୋଇଛି। ଷଡ଼ଯନ୍ତ୍ର କରି ହ୍ୟୁମାନଙ୍କୁ ମାରି ଦିଆଯାଇଥିବା ଅଭିଯୋଗ ହୋଇଛି । ବିଭିନ୍ନ ସଂଗଠନ ପକ୍ଷରୁ ଉଭୟଙ୍କ ନାଁରେ ଥାନାରେ ଏତଲା ଦିଆଯାଇଛି। ହ୍ୟୁମାନଙ୍କ ମା’ଙ୍କୁ ଦୁର୍ବ୍ୟବହାର ଘଟଣାକୁ ବି ବିରୋଧ କରାଯାଇଛି। ଏହା ପୂର୍ବରୁ ହ୍ୟୁମାନଙ୍କ ମାଆ ବିସ୍ଫୋରକ ବୟାନ ଦେଇ କହିଥିଲେ ହ୍ୟୁମାନଙ୍କ ମୃତ୍ୟ ପାଇଁ ୩ ଜଣ ଦାୟୀ । ଜଣେ ମହିଳାଙ୍କ ସହ ଅନ୍ୟ ଦୁଇ ଯୁବକଙ୍କ ନାଁ ନେଇଥିଲେ ହ୍ୟୁମାନଙ୍କ ମାଆ। ପପୁ, ପ୍ରଶାନ୍ତ, ଅର୍ପିତା ଚୌଧୁରୀ ମୋ ପୁଅର ଜୀବନ ନେଇଛନ୍ତି।










