ଗୁଣପୁର: ରାୟଗଡ଼ା ଜିଲ୍ଲା ଗୁଣପୁର ପୌର ପରିଷଦ ୪ ନମ୍ବର ୱାର୍ଡ ଅନ୍ତର୍ଗତ ବେବର୍ତା ଢେପ ସାହିରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୩ ପରିବାରର ୯ ବଖରା ଘର ପୋଡ଼ି ପାଉଁଶ ହୋଇଯାଇଛି। ଘରେ କେହି ନଥିବା ବେଳେ ଅଗ୍ନିକାଣ୍ଡ ଘଟିଥିବା ଜଣାପଡିଛି । ଅଗ୍ନିକାଣ୍ଡ କାରଣ ଅସ୍ପଷ୍ଟ ରହିଥିବା ବେଳେ ଦୀପ ନିଆଁରୁ ଅଗ୍ନିକାଣ୍ଡ ଘଟିଥିବା ସନ୍ଦେହ କରାଯାଉଛି। ଖବର ପାଇ ଗୁଣପୁର ଅଗ୍ନିଶମ ବିଭାଗ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ସ୍ଥାନୀୟ ବାସିନ୍ଦା ଓ ଅଗ୍ନିଶମ ବିଭାଗଙ୍କ ମିଳିତ ଉଦ୍ୟମରେ ନିଆକୁ ଆୟତ୍ତ କରାଯାଇଥିଲା। ଅଗ୍ନି ବିପନ୍ନ ସମସ୍ତ ଗରିବ ଓ ଦିନ ମଜୁରିଆ ଶ୍ରେଣୀର ହୋଇଥିବାରୁ ସରକାରୀ ସହାୟତା ପ୍ରଦାନ କରିବା ପାଇଁ ସରକାରଙ୍କୁ ନିବେଦନ କରିଛନ୍ତି ।










